ଜୟନାରାୟଣ, ଇରାଶିଷ ଅଭ୍ୟାସଗତ ଅପରାଧୀ: ଚିନ୍ମୟ

ଭୁବନେଶ୍ବର,୧୮ା୨(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳାକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ମୁହଁାମୁହିଁ ସ୍ଥିତି ଜଟିଳ ହେଉଥିବା ଦେଖିବାକୁ ମିଳୁଛି। ଭାଜପା ଯୁବମୋର୍ଚ୍ଚା ଶାସକ ଦଳକୁ ଟାର୍ଗେଟ କରିଥିବା ବେଳେ ବିଜୁ ଯୁବ ଜନତା ଦଳ ଏହାର ପାଲଟା ଜବାବ ରଖିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ କହିଛନ୍ତି, ଓଡ଼ିଶା ପୋଲିସ ବିଜୁ ଜନତା ଦଳର କର୍ମୀ ସାଜିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦାୟିତ୍ୱରେ ଥିବା ଗୃହ ବିଭାଗ ସବୁଠି ଅରାଜକତା କରୁଛି। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ଶନିବାରଠାରୁ ରାଜ୍ୟର ସବୁ ବିଧାନସଭା କ୍ଷେତ୍ରରେ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ଏବଂ ଆନ୍ଦୋଳନ କରାଯିବ। ନବ ଦାସ ହତ୍ୟାକାଣ୍ଡର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ହାତକୁ ଦେଇ ଶାସକ ଦଳ ତଥ୍ୟ ଓ ପ୍ରମାଣ ନଷ୍ଟ କରିବାର ପ୍ରୟାସ କରୁଛି। ସତ୍ୟାସତ୍ୟର ଉନ୍ମୋଚନ ପାଇଁ ଘଟଣାର ତଦନ୍ତ ସିବିଆଇ ଦ୍ୱାରା କରାଇବାକୁ ଇରାଶିଷ ଦାବି କରିଛନ୍ତି।
ଏହାର ଜବାବରେ ବିଜେଡି ନେତା ଚିନ୍ମୟ ସାହୁ କହିଛନ୍ତି, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଭଳି ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଜଣେ ଅଭ୍ୟାସଗତ ଅପରାଧୀ। ହତ୍ୟା ଅଭିଯୋଗ ଉଭୟଙ୍କ ବିରୋଧରେ ରହିଛି। ଏହି ମାମଲାରେ ଉଭୟ ଗିରଫ ହୋଇ ଜେଲ ଯିବା ସହିତ ଏବେ ଜାମିନରେ ଫେରିଛନ୍ତି। ବିଡ଼ମ୍ବନାର ବିଷୟ କ୍ରମାଗତ ଭାବେ ଏମାନେ ଆଇନକୁ ହାତକୁ ନେଉଛନ୍ତି ବୋଲି ଚିନ୍ମୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri