ତଦନ୍ତ ନବଙ୍କ ପରିବାର ସପକ୍ଷରେ ନା ଗୋପାଳଙ୍କୁ ପାଗଳ ସଜାଇବାକୁ

ଭୁବନେଶ୍ବର, ୨୭ା୨(ବ୍ୟୁରୋ):ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଶାସକ ଦଳ ପକ୍ଷରୁ ବିରୋଧୀ ଦଳ ପ୍ରତି ଆକ୍ଷେପ କରାଯାଉଥିବା ଦେଖାଯାଉଛି। ବିଜେଡି ନେତା, ବିଧାୟକ ଓ କାର୍ଯ୍ୟକର୍ତ୍ତାମାନେ ବିରୋଧୀଙ୍କ ବିପକ୍ଷରେ ଯେଉଁ ପ୍ରତିକ୍ରିୟା ରଖୁଛନ୍ତି ତାହାକୁ ଅନୁଶୀଳନ କଲେ ଶାସକ ବିଜେଡି ନବ ଦାସଙ୍କ ପରିବାର ସପକ୍ଷରେ ତଦନ୍ତ କରୁଛନ୍ତି ନା ହତ୍ୟା ଅଭିଯୁକ୍ତ ଗୋପାଳ ଦାସଙ୍କୁ ପାଗଳ ସଜାଇ ଖସାଇ ଦେବାକୁ ଚାହୁଁଛନ୍ତି, ସେନେଇ ଭାଜପା ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର ପ୍ରଶ୍ନ କରିଛନ୍ତି। ସେହିପରି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ନବ ଦାସ ହତ୍ୟାକାଣ୍ଡ ଘଟଣାରେ ଲଢେଇ ଜାରି ରହିବ।
ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମନୋଜ କହିଛନ୍ତି, ଅଭିଯୁକ୍ତ ଗୋପାଳ ଦାସ ମାନସିକ ରୋଗରେ ପୀଡିତ ଥିବା କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ତାହାଲେ ମାନସିକ ରୋଗରେ ପୀଡିତ ଥିବା ପୋଲିସ ଅଧିକାରୀ ଭଲ ତଦନ୍ତ କିପରି କରିବା ସହ ପୁରସ୍କୃତ ହୋଇଥିଲେ। ଅଭିଯୁକ୍ତର ୨୮ ବର୍ଷର ଚାକିରି କାଳରେ ସେ ଏଏସଆଇ ପଦୋନ୍ନତି ପାଇ ଝାରସୁଗୁଡା ବଦଳି ହୋଇଥିଲେ। ସେଠାରେ ଦୀର୍ଘ ୧୨ରୁ ୧୪ ବର୍ଷ ରହିଥିବା ସତ୍ୟ କି ବୋଲି ସେ ପ୍ରଶ୍ନ କରିଛନ୍ତି। ଝାରସୁଗୁଡାରେ ଥିବାବେଳେ ଏସ୍‌ଆଇ ପଦୋନ୍ନତିକୁ ଅଗ୍ରାହ୍ୟ କରିଥିବା କଥାରେ କେତେଦୂର ସତ୍ୟତା ଅଛି । ଝାରସୁଗୁଡା ଜିଲାର ବହୁ କୋଇଲା ବ୍ୟବସାୟୀ ଓ କମ୍ପାନୀର ଏଜେଣ୍ଟ ଭାବେ କ୍ଷମତାରେ ଥିବା ରାଜନେତା ଓ ଅଫିସରଙ୍କୁ ଅର୍ଥ ଆଣି ଗୋପାଳ ଦେଉଥିଲେ କି? ଏସବୁ ଦିଗରେ କ୍ରାଇମବ୍ରାଞ୍ଚ କାହିଁକି ତଦନ୍ତ କରୁନାହଁି ବୋଲି ମନୋଜ ପ୍ରଶ୍ନ କରିଛନ୍ତି। ଜୟନାରାଣ କହିଛନ୍ତି, ନବ ଦାସଙ୍କ ହତ୍ୟାର ରହସ୍ୟ ଖୋଲା ନ ହେବା ପର୍ଯ୍ୟନ୍ତ ଭାଜପା ଚୁପ୍‌ ବସିବନାହିଁ। ବିଧାନସଭାରୁ ରାସ୍ତାକୁ ଯିବ। ଚାଷୀଙ୍କ ସମସ୍ୟାଠାରୁ ଆରମ୍ଭ କରି ଅନ୍ୟାନ୍ୟ ସମସ୍ୟା ନେଇ ମଧ୍ୟ ସରକାରଙ୍କୁ ଘେରିବ ଦଳ। ସଂଖ୍ୟାଗରିଷ୍ଠତା ବଳରେ ବିଧାନସଭାରେ ସରକାର ବିରୋଧୀଙ୍କୁ ଚପାଇ ଦେଉଛନ୍ତି। ଏହି ପ୍ରସଙ୍ଗ ନେଇ ଲୋକଙ୍କ ପାଖକୁ ଯିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

ୟୁନୁସ ଭାରତ ବିରୋଧରେ…ବାଂଲାଦେଶ ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶର ରାଜଧାନୀ ଢାକାର ପରିସ୍ଥିତି ସାମ୍ପ୍ରତିକ ହିଂସା ଏବଂ ପ୍ରତିବାଦ ପରେ ଶାନ୍ତ ହେଉଥିବା ପରି ମନେ ହେଉଛି। ତଥାପି ରାଜନୈତିକ ମହଲରେ ଉତ୍ତେଜନା...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri