Posted inରାଜ୍ୟ

ଜୟନାରାୟଣ ମିଶ୍ରଙ୍କ ବିସ୍ଫୋରକ ବୟାନ: ନବୀନଙ୍କ ଉପରେ ଲଗାଇଲେ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗ

ଭୁବନେଶ୍ୱର,୧୯।୮: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଏକ ବିସ୍ଫୋରକ ବୟାନ ଦେଇ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଜୟନାରାୟଣ ଅଭିଯୋଗ କରିଛନ୍ତି ଯେ ନବୀନ ପଟ୍ଟନାୟକ ତାଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିଲେ, ଯେଉଁଥିପାଇଁ ସେ ନବୀନଙ୍କୁ ଭେଟିବାକୁ ତାଙ୍କ ନିବାସ କିମ୍ବା ହସ୍ପିଟାଲ ଯିବେ ନାହିଁ।

ଜୟନାରାୟଣ ମିଶ୍ର କହିଛନ୍ତି, “ମୁଁ ନବୀନ ବାବୁଙ୍କୁ ଦେଖା କରିବାକୁ ହସ୍ପିଟାଲ ଯିବି ନାହିଁ। ସେଠାକୁ ଗଲେ ପାଣ୍ଡିଆନ୍ ତଡି ଦେଉଛନ୍ତି। ନବୀନଙ୍କ ନିବାସକୁ ମଧ୍ୟ ମୁଁ ଯିବି ନାହିଁ। ସେ ମୋତେ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିଲେ।” ସେ ଆହୁରି କହିଛନ୍ତି, “ମୁଁ ତାଙ୍କର ଦୀର୍ଘାୟୁ କାମନା କରୁଛି। ସେ ବଞ୍ଚି ରୁହନ୍ତୁ, ଯାହା ଫଳରେ ବାରମ୍ବାର ଏମିତି ହାରୁଥିବା ଦେଖି ପାରିବେ।”

ଏହା ସହିତ ଜୟନାରାୟଣ ମିଶ୍ର ଅଭିଯୋଗ କରିଛନ୍ତି ଯେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ନେତାମାନଙ୍କୁ ମେଡିକାଲରେ ପୁରେଇ ଦିଆଯାଉ ନାହିଁ ଏବଂ ବାଡ଼େଇ ବାହାର କରି ଦିଆଯାଉଛି। ଏହି ବୟାନ ଓଡ଼ିଶା ରାଜନୀତିରେ ଏକ ନୂଆ ବିବାଦ ସୃଷ୍ଟି କରିଛି, ଯାହା ଭାଜପା ଓ ବିଜେଡି ମଧ୍ୟରେ ଚାଲିଥିବା ରାଜନୈତିକ ସଂଘର୍ଷକୁ ଆହୁରି ତୀବ୍ର କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri