ଜୟନାରାୟଣଙ୍କ ବିସ୍ଫୋରକ ବୟାନ, ଭାଜପାରେ ମିଶିବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୨।୧୨: ଭାଜପାରେ ମିଶିବେ ନବୀନ। ଏପରି ବିସ୍ଫୋରକ ବୟାନ ଦେଇଛନ୍ତି ସମ୍ବଲପୁର ବିଧାୟକ ତଥା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର । ସେ କହିଛନ୍ତି, ଭାଜପା ଚାହୁଁନି ବିଜେଡି ଭାଙ୍ଗିଯାଉ । ଶତ୍ରୁ ବଞ୍ଚିରୁହନ୍ତୁ, ଅପମାନିତ ହୁଅନ୍ତୁ ।

ଭାଜପା ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ । ଏମିତିକି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଭାଜପାକୁ ପଳେଇ ଆସି ପାରନ୍ତି । ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି ଜୟନାରାୟଣ । କେବଳ ଏତିକି ନୁହେଁ, ସେ କହିଛନ୍ତି, ଭଗବାନ କରନ୍ତୁ ତାଙ୍କ ପାଖରେ ଲୋକ ରୁହନ୍ତୁ । ଦଳଟା ଭାଙ୍ଗିଗଲେ ଦୁଃଖ ଲାଗିବ । ଦଳଟା ଥାଉ, ଦୀର୍ଘଜୀବୀ ହୁଅନ୍ତୁ ଏବଂ ଅପମାନିତ ହୁଅନ୍ତୁ । ମୁଁ ଶତ୍ରୁକୁ ମାରିବାକୁ ଚାହେଁନି, ଜୀବନରେ ମିତ୍ରର ଯେତିକି ଆବଶ୍ୟକତା ଶତ୍ରୁର ସେତିକି ଆବଶ୍ୟକତା ଅଛି ।

ବିଜେଡିକୁ ତାତ୍ସଲ୍ୟ କରି ସେ ଆହୁରି କହିଛନ୍ତି, ଭାଜପା ଚାହୁଁନି ବିଜେଡି ଭାଙ୍ଗୁ । ଆମର ଲକ୍ଷ ନୁହେଁ ବିଜେଡି ଶୂନ କରିବା । ସେମାନେ ଯଦି ଆସିବାକୁ ଚାହିଁବେ ତେବେ ସ୍ବାଗତ । ଆମର ରାଜ୍ୟ ସଭାରେ ଆବଶ୍ୟକତା ଅଛି । ଭାଜପା ଯୋଉଦିନ ହୁଇସିଲ ଫୁଙ୍କିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ । ଯେଉଁଦିନ ଚାହିଁବୁ ବିଜେଡିକୁ ଖଣ୍ଡ ଖଣ୍ଡ କରିଦେବୁ । ଗୋଟିଏ ଲୋକ ରହିବେନି । ନବୀନ ପଟ୍ଟନାୟକ ମଧ୍ୟ ପଳେଇ ଆସିବେ । ସେ କଣ କରିବେ ଯଦି ସବୁ ଲୋକ ପଳେଇ ଆସିବେ, ସେ ବି ପଳେଇ ଆସିବେ ବୋଲି ଜୟନାରାୟଣ ମିଶ୍ର କହିଛନ୍ତି । ଅନ୍ୟପଟେ ଏ ସମ୍ପର୍କରେ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri