ଜୟନାରାୟଣଙ୍କ ବିସ୍ଫୋରକ ବୟାନ, ଭାଜପାରେ ମିଶିବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୨।୧୨: ଭାଜପାରେ ମିଶିବେ ନବୀନ। ଏପରି ବିସ୍ଫୋରକ ବୟାନ ଦେଇଛନ୍ତି ସମ୍ବଲପୁର ବିଧାୟକ ତଥା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର । ସେ କହିଛନ୍ତି, ଭାଜପା ଚାହୁଁନି ବିଜେଡି ଭାଙ୍ଗିଯାଉ । ଶତ୍ରୁ ବଞ୍ଚିରୁହନ୍ତୁ, ଅପମାନିତ ହୁଅନ୍ତୁ ।

ଭାଜପା ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ । ଏମିତିକି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଭାଜପାକୁ ପଳେଇ ଆସି ପାରନ୍ତି । ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି ଜୟନାରାୟଣ । କେବଳ ଏତିକି ନୁହେଁ, ସେ କହିଛନ୍ତି, ଭଗବାନ କରନ୍ତୁ ତାଙ୍କ ପାଖରେ ଲୋକ ରୁହନ୍ତୁ । ଦଳଟା ଭାଙ୍ଗିଗଲେ ଦୁଃଖ ଲାଗିବ । ଦଳଟା ଥାଉ, ଦୀର୍ଘଜୀବୀ ହୁଅନ୍ତୁ ଏବଂ ଅପମାନିତ ହୁଅନ୍ତୁ । ମୁଁ ଶତ୍ରୁକୁ ମାରିବାକୁ ଚାହେଁନି, ଜୀବନରେ ମିତ୍ରର ଯେତିକି ଆବଶ୍ୟକତା ଶତ୍ରୁର ସେତିକି ଆବଶ୍ୟକତା ଅଛି ।

ବିଜେଡିକୁ ତାତ୍ସଲ୍ୟ କରି ସେ ଆହୁରି କହିଛନ୍ତି, ଭାଜପା ଚାହୁଁନି ବିଜେଡି ଭାଙ୍ଗୁ । ଆମର ଲକ୍ଷ ନୁହେଁ ବିଜେଡି ଶୂନ କରିବା । ସେମାନେ ଯଦି ଆସିବାକୁ ଚାହିଁବେ ତେବେ ସ୍ବାଗତ । ଆମର ରାଜ୍ୟ ସଭାରେ ଆବଶ୍ୟକତା ଅଛି । ଭାଜପା ଯୋଉଦିନ ହୁଇସିଲ ଫୁଙ୍କିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ । ଯେଉଁଦିନ ଚାହିଁବୁ ବିଜେଡିକୁ ଖଣ୍ଡ ଖଣ୍ଡ କରିଦେବୁ । ଗୋଟିଏ ଲୋକ ରହିବେନି । ନବୀନ ପଟ୍ଟନାୟକ ମଧ୍ୟ ପଳେଇ ଆସିବେ । ସେ କଣ କରିବେ ଯଦି ସବୁ ଲୋକ ପଳେଇ ଆସିବେ, ସେ ବି ପଳେଇ ଆସିବେ ବୋଲି ଜୟନାରାୟଣ ମିଶ୍ର କହିଛନ୍ତି । ଅନ୍ୟପଟେ ଏ ସମ୍ପର୍କରେ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri