ଜୟନ୍ତ କୁମାର ପାଇଲେ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ସେବା ସମ୍ମାନ, ଛୁଟିଛି ଶୁଭେଚ୍ଛାର… 

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ)- ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ବୁଧବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ରାଜୀବ ଗାନ୍ଧୀଜୀଙ୍କ ୮୧ତମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ସେବା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର NSS  କାର୍ଯ୍ୟକ୍ରମ ଅଧିକାରୀ ଜୟନ୍ତ କୁମାର ଡନସନାଙ୍କୁ  ଉଲ୍ଲେଖନୀୟ  ଅବଦାନ ପାଇଁ ରାଜୀବ ଗାନ୍ଧୀ ସେବା ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ସମାରୋହରେ ଅତିଥି ଭାବେ ପିସିସି ସଭାପତି ଭକ୍ତ ଚରଣ ଦାସ, ଓଡ଼ିଶା ରାଜୀବ ଗାନ୍ଧୀ ଛାତ୍ର ମଞ୍ଚର ସଭାପତି ସତ୍ୟବ୍ରତ ନାୟକ, ବାଲେଶ୍ୱରର ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟର ପୂର୍ବତନ ଉପ-କୁଳପତି ପ୍ରଫେସର କୁମାରବର ଦାସ ପ୍ରମୁଖ ଉପସ୍ଥିତ ରହି ତାଙ୍କୁ ସମ୍ମାନୀତ କରିଥିଲେ।
ପ୍ରକାଶ ଯେ, NSS  କାର୍ଯ୍ୟକ୍ରମ ଅଧିକାରୀ ଡନସନା ଛାତ୍ରୀଛାତ୍ର  ମାନଙ୍କୁ ସାମାଜିକ, ନୈତିକ, ଶାରୀରିକ ଏବଂ ବୈଷୟିକ ଶିକ୍ଷା ପ୍ରଦାନ କରୁଥିବାରୁ ତାଙ୍କୁ ଏହି ସମ୍ନାନରେ ସମ୍ମାନିତ କରାଯାଇଛି। ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।

Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଅଟୋକୁ ସାମ୍ନାପଟୁ ଧକ୍କା ଦେଇ ଘୋଷାଡ଼ି ନେଲା ଆମ ବସ୍‌, ୮ ଛାତ୍ରୀଛାତ୍ର ଗୁରୁତର

ଖୋର୍ଦ୍ଧା,୧୩ା୧୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା-ଭୁବନେଶ୍ୱର ବାଇପାସ୍‌ର ପିତାପଲ୍ଲୀ ଛକ ନିକଟରେ ଶୁକ୍ରବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଆମ ବସ୍‌ ଧକ୍କାରେ ଅଟୋରେ ଯାଉଥିବା ୮ ଜଣ…

ମସିଣାପାଲି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବି, ବିଇଓଙ୍କୁ ଦାବିପତ୍ର ପ୍ରଦାନ କରି ଗ୍ରାମବାସୀ…

ଅମରପାଲି,୧୩ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା କ୍ଲଷ୍ଟରର ମସିଣାପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବି ହୋଇଛି। ଏନେଇ ମସିଣାପାଲି ଗ୍ରାମବାସୀ…

ରାଜ୍ୟ ସ୍ତରରେ ସମ୍ମାନିତ ହେଲେ ଲାଞ୍ଜିଗଡ଼ର ଚାଷୀ ବୁଦ୍ରି ମାଝୀ

ଲାଞ୍ଜିଗଡ଼,୧୩ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣମୁଣ୍ଡା ଗ୍ରାମର ବୁଦ୍ରି ମାଝୀ ଦୃଢ଼ ଇଚ୍ଛାଶକ୍ତି, ନିଷ୍ଠା ଓ ଅକ୍ଳାନ୍ତ ପରିଶ୍ରମ…

ନିଶା ସଙ୍ଗୀତ, ପେସା ଶିକ୍ଷକତା: ଲୋକକଳାର ପ୍ରଚାର ପ୍ରସାରରେ ମଦନ ସୁନ୍ଦର

ଅମରପାଲି,୧୩ା୧୧(ପୀତାମ୍ବର ସାହୁ):ପେଶାରେ ଜଣେ ଶିକ୍ଷକ, ହେଲେ ନିଶା ତାଙ୍କର ସଙ୍ଗୀତ। ଶ୍ରେଣୀଗୃହରେ ପିଲାଙ୍କୁ ଶିକ୍ଷାଦାନ କରୁଥିବାବେଳେ ମଞ୍ଚରେ ସେ ପାଲଟି ଯାଆନ୍ତି ଜଣେ ସୁନ୍ଦର କଣ୍ଠଶିଳ୍ପୀ ଓ…

ଦାରିଙ୍ଗବାଡିରେ ପାରଦ ତଳମୁହାଁ: ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୨ ଦିନ ହେଲା ଶୀତର ପ୍ରକୋପ ବୃଦ୍ଧି ପାଉଛି। ପାରଦ ତଳମୁହାଁ ହୋଇ ଶୁକ୍ରବାର ସକାଳ…

ଦେବାଳୟ ଉପରେ ଦୁର୍ବୃତ୍ତଙ୍କ ଲୋଲୁପଦୃଷ୍ଟି: ମୂଲ୍ୟବାନ ସାମଗ୍ରୀ ଗାଏବ

ଅମରପାଲି,୧୩୧୧(ପୀତାମ୍ବର ସାହୁ):ଦେବଦେବୀଙ୍କ ପୀଠ ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟରେ। ରାତିର ଅନ୍ଧାରରେ ମନ୍ଦିରର ତାଲା ଭାଙ୍ଗି କେଉଁଠି ହୁଣ୍ଡି ଲୁଟ ହେଉଛି ତ ଆଉ କେଉଁଠି ବିରଳ ମୂର୍ତ୍ତି,…

ଯୋଡାରେ ଚାଞ୍ଚଲ୍ୟ, ଭଡ଼ା ଘରୁ ଶିକ୍ଷୟିତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦୁଝର,୧୩।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ଯୋଡା ସହର କଣ୍ଟ୍ରାକ୍ଟର କଲୋନୀରେ ଅଭାବନୀୟ ଘଟଣା । ଏକ ଭଡ଼ା ଘରୁ ଉଦ୍ଧାର…

ଅବିନାଶଙ୍କୁ ଧକ୍କା ଦେଲା କାର୍‌: ଜାତୀୟ ରାଜପଥ ଉପରେ ଘଟିଲା…

ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ଗ୍ରାମର ୫୯ ନଂ ଜାତୀୟ ରାଜପଥ ଉପରେ ଶୁକ୍ରବାର ଗୋଟିଏ କାର ସହ ବାଇକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?