Posted inଖେଳ

ବିବାହ ବନ୍ଧନରେ ଆଉ ଜଣେ ଭାରତୀୟ କ୍ରିକେଟର, ପ୍ରେମିକାଙ୍କ ଧରିଲେ ହାତ

ନୂଆଦିଲ୍ଲୀ,୧୭।୨: ଭାରତୀୟ ଅଫ୍‌ ସ୍ପିନ୍‌ ଅଲରାଉଣ୍ଡର ଜୟନ୍ତ ଯାଦବ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରେମିକା ଦିଶା ଚାଓ୍ବଲାଙ୍କୁ ସେ ଜୀବନସାଥୀ କରିଛନ୍ତି। ପାରମ୍ପରିକ ପାର୍ସି ରୀତିନୀତିରେ ସେମାନେ ବିବାହ କରିଛନ୍ତି। ଏହାର ଅନେକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହାପରେ ପ୍ରଶଂସକ ତଥା ସାଥୀ ଖେଳାଳିମାନେ ଏହି କ୍ରିକେଟରଙ୍କୁ ଅଭିନନ୍ଦନ ବାର୍ତ୍ତା ଏବଂ ଶୁଭେଚ୍ଛା ଜଣାଉଛନ୍ତି।

 

View this post on Instagram

 

A post shared by Jayant Yadav (@jyadav19)

ଜୟନ୍ତଙ୍କୁ ତାଙ୍କ ଆଇପିଏଲ୍‌ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଅଭିନନ୍ଦନ ଜଣାଇଛି। ସେ ଶେୟାର କରିଥିବା ଫଟୋରେ ବିବାହର ଶୁଭେଚ୍ଛା ବୋଲି ଟିମ୍‌ କହିଛି। ସେହିଭଳି ସ୍ପିନର ଯୁଜବେନ୍ଦ୍ର ଚହଲ ମଧ୍ୟ ଜୟନ୍ତଙ୍କୁ ବିବାହର ଶୁଭକାମନା କରି ‘ଉଭୟଙ୍କୁ ଅଭିନନ୍ଦନ’ ବୋଲି କହିଛନ୍ତି।

୨୦୧୬ରେ ଆନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ ଜୟନ୍ତ। ଇଂଲଣ୍ଡ ବିପକ୍ଷ ଡେବ୍ୟୁ ଟେଷ୍ଟରେ ସେ ୬୨ରନ୍‌ କରି ୪ ଉଇକେଟ ନେଇଥିଲେ। ସେ ମୋଟ ୪ ଟେଷ୍ଟ ଖେଳିଥିବା ବେଳେ ୨୨୮ରନ୍‌ କରିଛନ୍ତି। ସେ ୧୪ଟି ଆଇପିଏଲ୍‌ ମଧ୍ୟ ଖେଳିଛନ୍ତି। ତେବେ ଦିଶାଙ୍କ ସହ ସେ ୨୦୧୯ରେ ନିର୍ବନ୍ଧ କରିନେଇଥିଲେ। ଏବେ ସେ ବିବାହ କରି ପ୍ରଶଂସକଙ୍କୁ ଖୁସି ଖବର ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri