Posted inଖେଳ

ଜୟନ୍ତୀଙ୍କୁ ୨ ସ୍ବର୍ଣ୍ଣ,୧ ରୌପ୍ୟ

ଭୁବନେଶ୍ୱର, ୨୦।୮ (କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଇଣ୍ଡିଆନ ଓପନ ଜାତୀୟ ପାରା ଆଥ୍‌ଲେଟିକ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଜୟନ୍ତୀ ବେହେରା ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶୁକ୍ରବାର ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ଅନୁଷ୍ଠିତ ୨୦୦ ମିଟର ରେସ୍‌ର ମହିଳା ଟି-୪୭ ବର୍ଗରେ ଜୟନ୍ତୀ ୨୮.୩୯ ସେକେଣ୍ଡରେ ଅତିକ୍ରମ କରି ପ୍ରଥମସ୍ଥାନ ଅଧିକାର କରିଛନ୍ତି। ସେହିପରି ୪୦୦ ମିଟର ରେସରେ ୧:୦୩.୨୭ ସେକେଣ୍ଡ ସମୟ ନେଇ ସେ ରୌପ୍ୟ ପଦକଲାଭ କରିଛନ୍ତି। ପ୍ରତିଯୋଗିତାର ପ୍ରଥମ ଦିବସରେ ଅର୍ଥାତ୍‌ ଗୁରୁବାର ଅନୁଷ୍ଠିତ ୧୦୦ ମିଟର ରେସ୍‌ରେ ୧୩.୨୩ ସେକେଣ୍ଡ ସମୟ ନେଇ ଜୟନ୍ତୀ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ତେଣୁ ପ୍ରତିଯୋଗିତାରେ ସେ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ପାଇଛନ୍ତି। ପୁରୁଷ ଟି-୪୪ ବର୍ଗ ଲଙ୍ଗଜମ୍ପରେ ଓଡ଼ିଶାର ରଶ୍ମିରଞ୍ଜନ ମଲିକ ୫.୮୦ ମିଟର କ୍ଲିୟର କରି ବ୍ରୋଞ୍ଜ ପଦକ ପାଇଛନ୍ତି। ସେ ପୂର୍ବରୁ ୧୦୦ ମିଟର ରେସ୍‌ରେ ୧୨.୩୨ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ହାସଲ କରିଥିଲେ।
ପ୍ରଫୁଲ୍ଲଙ୍କୁ ରୌପ୍ୟ
ପ୍ରତିଯୋଗିତାରେ ଭାଗ ନେଇଥିବା ଅନ୍ୟତମ ଓଡ଼ିଆ ଆଥ୍‌ଲେଟ ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟ ହୁଇଲଚେୟାର ଏଫ୍‌-୫୪ ବର୍ଗ ଜାଭେଲିନ୍‌ ଥ୍ରୋରେ ରୌପ୍ୟ ପଦକ ହାସଲ କରିଛନ୍ତି। ସେ ୨୦.୧୮ ମିଟର ଦୂରକୁ ଥ୍ରୋ କରି ଏହି ସଫଳତା ପାଇଛନ୍ତି। ପ୍ରଫୁଲ୍ଲଙ୍କର ଏହାଥିଲା ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

ଶୀତଦିନେ ରୁମ୍‌ ହିଟର କିଣିବା ପୂର୍ବରୁ ଜାଣି ରଖନ୍ତୁ ଏହି କଥା, ନଚେତ୍‌ ପସ୍ତାଇବେ

ଶୀତଦିନେ ସକାଳୁ ବିଛଣାରୁ ଉଠିବା କଷ୍ଟକର ହୋଇପଡ଼େ। ଘର ଭିତରେ ଥଣ୍ଡା ଯୋଗୁଁ ହାତ ଓ ପାଦ ମଧ୍ୟ ବରଫ ଭଳି ଥଣ୍ଡା ହୋଇଯାଏ। ଏଭଳି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?