ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକ ବୁଧବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୦ବର୍ଷ ହୋଇଥିଲା। ସେ ଗତ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ଅସୁସ୍ଥ ଥିଲେ। ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକ ଓ ଝିଅ ସୁଦାତା ପଟ୍ଟନାୟକ ଉପସ୍ଥିତ ଥିଲେ। ତାଙ୍କ ବିୟୋଗରେ କଂଗ୍ରେସ ମହଲରେ ଶୋକର ଛାୟା ଖେଳିଯାଇଛି। ଜୟନ୍ତୀଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଓ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ଜୟନ୍ତୀ ୧୯୩୨ରେ ଗଞ୍ଜାମ ଜିଲାର ଆସ୍କା ନିରଞ୍ଜନନଗରଠାରେ ଜନ୍ମଗ୍ରହଣ କରିଥିଲେ। ସେ ଆସ୍କା ହରିହର ହାଇସ୍କୁଲରୁ ମାଟ୍ରିକ ପାସ୍‌ କରିବା ପରେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଶୈଳବାଳା ମହିଳା କଲେଜରୁ ସୋସିଆଲ ୱାର୍କରେ ଏମ୍‌ଏ ଡିଗ୍ରୀ ହାସଲ କରିଥିଲେ। ଏଥିସହିତ ମୁମ୍ବାଇ ସ୍ଥିତ ଟାଟା ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସରେ ଆଡାଭାନ୍ସ ଷ୍ଟଡିଜ୍‌ କରିଥିଲେ। ୧୯୫୩ ମସିହାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ବିବାହ କରିଥିଲେ। ତାଙ୍କର ଗୋଟିଏ ପୁଅ ଏବଂ ୨ଟି ଝିଅ ଅଛନ୍ତି। ସେ ଜଣେ ସାହିତି୍ୟକା ଓ ରାଜନେତ୍ରୀ ଭାବେ ବେଶ୍‌ ପରିଚିତ। କଟକ ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ୧୯୯୨ରୁ ୧୯୯୫ ପର୍ଯ୍ୟନ୍ତ ସେ ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ଥିଲେ। ପୁରୀରେ ଗୁରୁବାର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri