ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକ ବୁଧବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୦ବର୍ଷ ହୋଇଥିଲା। ସେ ଗତ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ଅସୁସ୍ଥ ଥିଲେ। ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକ ଓ ଝିଅ ସୁଦାତା ପଟ୍ଟନାୟକ ଉପସ୍ଥିତ ଥିଲେ। ତାଙ୍କ ବିୟୋଗରେ କଂଗ୍ରେସ ମହଲରେ ଶୋକର ଛାୟା ଖେଳିଯାଇଛି। ଜୟନ୍ତୀଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଓ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ଜୟନ୍ତୀ ୧୯୩୨ରେ ଗଞ୍ଜାମ ଜିଲାର ଆସ୍କା ନିରଞ୍ଜନନଗରଠାରେ ଜନ୍ମଗ୍ରହଣ କରିଥିଲେ। ସେ ଆସ୍କା ହରିହର ହାଇସ୍କୁଲରୁ ମାଟ୍ରିକ ପାସ୍‌ କରିବା ପରେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଶୈଳବାଳା ମହିଳା କଲେଜରୁ ସୋସିଆଲ ୱାର୍କରେ ଏମ୍‌ଏ ଡିଗ୍ରୀ ହାସଲ କରିଥିଲେ। ଏଥିସହିତ ମୁମ୍ବାଇ ସ୍ଥିତ ଟାଟା ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସରେ ଆଡାଭାନ୍ସ ଷ୍ଟଡିଜ୍‌ କରିଥିଲେ। ୧୯୫୩ ମସିହାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ବିବାହ କରିଥିଲେ। ତାଙ୍କର ଗୋଟିଏ ପୁଅ ଏବଂ ୨ଟି ଝିଅ ଅଛନ୍ତି। ସେ ଜଣେ ସାହିତି୍ୟକା ଓ ରାଜନେତ୍ରୀ ଭାବେ ବେଶ୍‌ ପରିଚିତ। କଟକ ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ୧୯୯୨ରୁ ୧୯୯୫ ପର୍ଯ୍ୟନ୍ତ ସେ ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ଥିଲେ। ପୁରୀରେ ଗୁରୁବାର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri