ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର)ରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଜଣେ କର୍ମକର୍ତ୍ତା ମନୋନୀତ ହୋଇଛନ୍ତି ।  ପୂର୍ବତନ ଭାଜପା ରାଜ୍ୟ ମହିଳା ସଭାନେତ୍ରୀ ଜୟନ୍ତୀ ପଢିଆରିଙ୍କୁ ଚୟନ କରାଯାଇଛି । ମହେଶ ଚନ୍ଦ୍ର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ଭାବେ ମନୋନୀତ କରାଯାଇଛି । ଏହି ଖବର ଭଞ୍ଜନଗର ଅଞ୍ଚଳରେ ପହଞ୍ଚିବା ପରେ ତାଙ୍କର ସମର୍ଥକ ମାନେ ଖୁସିବ୍ୟକ୍ତ କରିଛନ୍ତି ।

ଏହାଦ୍ବାରା ଦଳ ସୋରଡ଼ା, ପୋଲସରା ସମେତ ଅନ୍ୟାନ୍ୟ ନିର୍ଵାଚନ ମଣ୍ଡଳୀରେ ଅଧିକ ଶକ୍ତିଶାଳୀ ହେବ ବୋଲି ଆଶା କରାଯାଉଛି । ଅପରପକ୍ଷେ ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ତାଲିକାରେ ଭଞ୍ଜନଗର ସାଂଗଠନିକ ଜିଲାରୁ କୌଣସି କର୍ମକର୍ତ୍ତା ନଥିବା ଜଣାପଡିଛି। ଏଥିସହ ଭାଜପା ଘୁମୁସର ଆସିକା ସାଂଗଠନିକ ଜିଲ୍ଲାରୁ ରାଜ୍ୟ କାର୍ଯ୍ୟକାରୀଣି ସଦସ୍ୟ ଭାବେ ଶିଶିର କୁମାର ମିଶ୍ର, ଉତ୍ତମ କୁମାର ପାଣିଗ୍ରାହୀ, ଅରୁଣ କୁମାର ପଣ୍ତା ମନୋନୀତ ହୋଇଛନ୍ତି। ସେହିପରି ସୂର୍ଯ୍ୟନାରାୟଣ ଦାସଙ୍କୁ ନିମନ୍ତ୍ରୀତ ସଦସ୍ୟ ଭାବେ ଚୟନ କରାଯାଇଛି । ଭଞ୍ଜନଗର ଭାଜପା ସାଂଗଠନିକ ଜିଲାରୁ ରାଜ୍ୟ କାର୍ଯ୍ୟକାରୀଣି ସଦସ୍ୟା ଭାବେ ମନୋନୀତ ହୋଇଥିବା ଜୟନ୍ତୀ ପଢିଆରି ପୋଲସରା ନିର୍ବାଚନ ମଣ୍ଡଳୀ ବାସିନ୍ଦା । ସେହିପରି ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ଭାବେ ମନୋନୀତ ହୋଇଥିବା ମହେଶ ଚନ୍ଦ୍ର ମହାନ୍ତି ସୋରଡ଼ା ନିର୍ଵାଚନ ମଣ୍ଡଳୀ ବାସିନ୍ଦା।

ମହେଶ ମହାନ୍ତି ବର୍ତ୍ତମାନ ସ୍ବଚ୍ଛ ଭାରତ ଅଭିଯାନର ରାଜ୍ୟ କର୍ମକର୍ତ୍ତା ଭାବେ କାର୍ଯ୍ୟ କରୁଛନ୍ତି। ଜୟନ୍ତୀ ଦଳର ବହୁ ପଦ ପଦବୀରେ ବହୁ ସମୟ ରହିଛନ୍ତି । ତେଣୁ ଦଳ କ୍ଷମତାକୁ ଫେରିବା ପରେ ଜୟନ୍ତୀଙ୍କୁ ମଧ୍ୟ ଦଳ ଆଗାମୀ ଦିନରେ କିଛି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବ ବୋଲି ଆଶା କରାଯାଉଛି । କିଛିଦିନ ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ବାସିନ୍ଦା ତଥା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ରଙ୍କୁ ଗଞ୍ଜାମ ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ନବ ନିଯୁକ୍ତ ସମସ୍ତ କର୍ମକର୍ତ୍ତାଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର ସୁଅ ଛୁଟିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri