ଭାଜପା ଛାଡ଼ିବେ ଜୟରାମ ପାଙ୍ଗୀ

କୋରାପୁଟ/ପଟ୍ଟାଙ୍ଗୀ,୨।୪(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟର ପୂର୍ବତନ ଏମ୍‌ପି ତଥା ଭାଜପାର ବରିଷ୍ଠ ସଦସ୍ୟ ଜୟରାମ ପାଙ୍ଗୀ ଦଳ ଛାଡ଼ିବା ନେଇ ସୂଚନା ଦେଇଛନ୍ତି। ଶୁକ୍ରବାର କୋଟିଆଠାରେ ଆୟୋଜିତ ଓଡ଼ିଶା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ଦଳ ଛାଡ଼ିବା ନେଇ ସେ କହିଥିଲେ। ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ଶନିବାର ପଠାଇବେ ବୋଲି ସେ କହିଛନ୍ତି। ଭାଜପା ଛାଡିବା ପରେ ସେ ରାଜନୀତିରୁ ସନ୍ନ୍ୟାସ ନେବେନି ବୋଲି ମଧ୍ୟ ଜଣାଇଛନ୍ତି। ବର୍ତ୍ତମାନ ଅନ୍ୟ କେଉଁ ଦଳରେ ମିଶିବା ନେଇ କୌଣସି ସୂଚନା ଦେଇନାହାନ୍ତି। ସେ ଅଞ୍ଚଳର ବିକାଶ ପାଇଁ କାର୍ଯ୍ୟ ଜାରି ରଖିବେ ବୋଲି କହିଛନ୍ତି।
ଯେ, ଜୟରାମ ୨୦୧୭ରେ ବିଜେଡିରୁ ନିଲମ୍ବିତ ହେବା ପରେ ଭାଜପାରେ ମିଶିଥିଲେ। ସେ ପୂର୍ବରୁ ୪ଥର ପଟ୍ଟାଙ୍ଗୀ ବିଧାୟକ ଭାବେ ନିର୍ବାଚିତ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ଅବକାରୀ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ୨୦୦୯ରେ କୋରାପୁଟରୁ ୯ଥର ଏମ୍‌ପି ହୋଇଥିବା କଂଗ୍ରେସର ଗିରିଧର ଗମାଙ୍ଗଙ୍କୁ ପରାସ୍ତ କରି ପ୍ରଥମଥର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ ଭାଜପା ଟିକେଟରେ ଲୋକ ସଭା ନିର୍ବାଚନ ଲଢ଼ି କଂଗ୍ରେସର ସପ୍ତଗିରି ଉଲ୍ଲାକାଙ୍କଠାରୁ ପରାଜିତ ହୋଇଥିଲେ। ନିର୍ବାଚନ ହାରିବା ପରେ ସେ ଭାଜପାରେ ଏକପ୍ରକାର ଉପେକ୍ଷିତ ହୋଇ ଆସୁଥିବା ସାଧାରଣରେ ଆଲୋଚନା ହେଉଥିଲା। ଗତ କିଛିମାସ ପୂର୍ବେ ସେ ଅବିଭକ୍ତ କୋରାପୁଟ, ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ ରାଜ୍ୟର ସୀମାନ୍ତ ଅଞ୍ଚଳକୁ ନେଇ ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ ନାମରେ ଏକ ସଙ୍ଗଠନ ଗଠନ କରିଛନ୍ତି। ଏହି ସଙ୍ଗଠନ ଦ୍ୱାରା ଅବହେଳିତ ଅଞ୍ଚଳର ବିକାଶ କରିବାକୁ ସଂଗ୍ରାମ ଜାରି ରଖିବେ ବୋଲି ପାଙ୍ଗୀ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri