Posted inଜାତୀୟ

ଆମେରିକୀୟ କୋଟିପତି ଜର୍ଜଙ୍କୁ ଟାର୍ଗେଟ କଲେ ଜୟରାମ

ନୂଆଦିଲ୍ଲ,୧୭।୨: ଆମେରିକୀୟ କୋଟିପତି ଜର୍ଜ ସୋରୋସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ମହଙ୍ଗା ପଡିଛି। କଂଗ୍ରେସ ନେତା ଜୟରାମ ରମେଶ ମଧ୍ୟ ଏହି ଘଟଣାରେ ଜର୍ଜ ସୋରେସଙ୍କୁ ଟାର୍ଗେଟ କରିଛନ୍ତି। ଅଦାନୀ ପ୍ରସଙ୍ଗରେ ଭାରତର ଲୋକତନ୍ତ୍ରର ପୁନରୁଦ୍ଧାର ହେଉଛି କି ନାହିଁ ଏହା ଭାରତର କଥା। ଏହା ଜର୍ଜଙ୍କ ସହିତ କୌଣସି ସମ୍ପର୍କ ନାହିଁ ବୋଲି ଜୟରାମ ଟୁଇଟ୍‌ କରି କହିଛନ୍ତି।

ମିଳିଥିବା ସୂଚନା ମୁତାବକ, କିଛି ଦିନତଳେ ଜର୍ଜ ସୋରୋସ ଅଦାନୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ମୋଦିଙ୍କୁ ଟାର୍ଗେଟ କରିଥିଲେ। ଜର୍ଜ କହିଥିଲେ, ମୋଦି ଆଦାନୀ ପ୍ରସଙ୍ଗରେ ନୀରବ ରହିଛନ୍ତି। ଏହି ପ୍ରସଙ୍ଗରେ ମୋଦି ପାର୍ଲାମେଣ୍ଟ ସମେତ ବିଦେଶୀ ନିବେଶକଙ୍କୁ ଜବାବ ଦେବାକୁ କହିଥିଲେ। ଏହା ଭାରତର ସଂଘୀୟ ସରକାର ଉପରେ ମୋଦିଙ୍କ ପ୍ରଭାବ କମାଇଦେବ। ଏହାଦ୍ୱାରା ଭାରତରେ ଲୋକତାନ୍ତ୍ରିକ ପରିବର୍ତ୍ତନ ହେବ ବୋଲି ଜର୍ଜ କହିଥିଲେ। ଅନ୍ୟପଟେ ଏନେଇ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ମଧ୍ୟ ଜର୍ଜଙ୍କ ଉପରେ ବର୍ଷିଛନ୍ତି। ସ୍ମୃତି କହିଛନ୍ତି, ବିଦେଶୀ ମାଟିରେ ରହି କେତେକ ଖଳ ପ୍ରକୃତି ଲୋକ ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି। ଏପରିକି ଜର୍ଜ ସୋରୋସ ଭାରତର ଲୋକତନ୍ତ୍ରରେ ପ୍ରବେଶ କରିବାକୁ ଅପଚେଷ୍ଟା ଚଳାଇଛନ୍ତି। ଏହାର ଜବାବ ଦେଶବାସୀ ଦେବା ଉଚିତ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି। ଏଥିସହ ସେ କହିଛନ୍ତି, ଯେଉଁ ବ୍ୟକ୍ତିଙ୍କ ପାଇଁ ଇଂଲଣ୍ଡର ବ୍ୟାଙ୍କ ବ୍ୟବସ୍ଥା କ୍ଷତିଗ୍ରସ୍ତ ହୋଇଛି। ଏପରିକି ତାଙ୍କୁ ଆର୍ଥିକ ଯୁଦ୍ଧର ଅପରାଧୀ ଭାବେ ଅଭିହିତ କରାଯାଇଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ଭାରତର ଗଣତନ୍ତ୍ରକୁ ଭାଙ୍ଗିବାକୁ ଚ୍ୟାଲେଞ୍ଜ ଦେଉଥିବା କହି କଡା ଜବାବ ଦେଇଛନ୍ତି ସ୍ମୃତି ଇରାନୀ। ପୂର୍ବରୁ ମଧ୍ୟ ଭାରତ ବିଦେଶୀ ଶକ୍ତିକୁ ଧୂଳି ଚଟାଇଥିବା ବେଳେ ଭବିଷ୍ୟତରେ ବି ହରାଇବାରେ ସକ୍ଷମ ବୋଲି କେନ୍ଦ୍ରମନ୍ତ୍ରୀ ଇରାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri