କାଏରୋ ପାର୍କରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଜୟଶଙ୍କର…

କାଏରୋ,୧୫।୧୦ : କାଏରୋର ପ୍ରସିଦ୍ଧ ପାର୍କରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶନିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଇଜିପ୍ଟର ରାଜଧାନୀରେ ସେ କହିଛନ୍ତି ଯେ ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ବିଶ୍ୱର ସମସ୍ତଙ୍କ ପାଇଁ ନ୍ୟାୟ ଏବଂ ସମାନତା ପାଇଁ ପ୍ରୟାସ ଜାରି ରଖିବ। ତାଙ୍କର ଇଜିପ୍ଟ ପ୍ରତିପକ୍ଷ ସମହ ହାସନ ଶୈକିଙ୍କ ନିମନ୍ତ୍ରଣରେ ଜୟଶଙ୍କର ଦୁଇ ଦିନିଆ ଗସ୍ତ ଇଜିପ୍ଟ ଗସ୍ତରେ ଅଛନ୍ତି।

ଜୟଶଙ୍କର ଟୁଇଟ କରି କହିଛନ୍ତି ଯେ ସେ କାଏରୋର ପ୍ରସିଦ୍ଧ ଅଲ ହୋରେୟା ପାର୍କରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରଛନ୍ତି। ୧୫୦ ତମ ଜନ୍ମ ବାର୍ଷିକୀ ଅବସରରେ ୨୦୧୯ରେ ଅଲ ହୋରେୟା ପାର୍କରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଥିଲା। ଅଲ ହୋରେୟା ପାର୍କରେ ଇଜିପ୍ଟ ଇତିହାସର ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷଙ୍କ ମୂର୍ତ୍ତି ରହିଛି। ଯେଉଁମାନେ ଦେଶରେ ଗୁରୁତ୍ୱପୂର୍ଣ୍ଣ ଏବଂ ସକରାତ୍ମକ ପରିବର୍ତ୍ତନ କରିଥିଲେ ଏବଂ ଲୋକଙ୍କ ସ୍ବାଧୀନତା ପାଇଁ ସାହାଯ୍ୟ କରିଥିଲେ।

ଏହା ସହିତ ଜୟଶଙ୍କର ହେଲିଓପଲିସ କମନୱେଲଥ ଓ୍ବାର ଗ୍ରେଭ୍‌ କବରସ୍ତାନ ପରିଦର୍ଶନ କରି ଇଜିପ୍ଟ ଏବଂ ପାଲେଷ୍ଟାଇନରେ ପ୍ରଥମ ବିଶ୍ୱଯୁଦ୍ଧରେ ପ୍ରାଣ ହରାଇଥିବା ଭାରତୀୟ ସୈନିକମାନଙ୍କ ସ୍ମୃତି ଚାରଣ କରିଛନ୍ତି। କିଛି ଫଟୋ ଶେୟାର କରି ଜୟଶଙ୍କର ଟୁଇଟ କରି କହିଛନ୍ତି ଯେ ମାନବିକତାର ସେବାରେ ଭାରତୀୟମାନେ ସାରା ବିଶ୍ୱରେ ବଳିଦାନ ଦେଇଛନ୍ତି। ଆମେ ଏକ ଅଧିକ ସମସାମୟିକ ଏବଂ ସମାନ ବିଶ୍ୱସ୍ତରୀୟ କ୍ରମ ସୃଷ୍ଟି କରିବାକୁ ଚେଷ୍ଟା କରୁଥିବାବେଳେ ସେମାନେ ଆମକୁ ପ୍ରେରଣା ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?