Posted inଜାତୀୟ

ପ୍ରଚାର ମଇଦାନକୁ ଯିବେ ନିର୍ବାଚନ ଲଢ଼ି ନ ଥିବା ଜୟଶଙ୍କର, ବଖାଣିବେ ୯ ବର୍ଷର ଉପଲବ୍ଧି…

ନୂଆଦିଲ୍ଲୀ,୮।୬ : ଆସନ୍ତା ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଭାଜପା ଏକ ମାସର ଅଭିଯାନ ଆରମ୍ଭ କରିଛି। ଏହି ସମୟ ମଧ୍ୟରେ, ଗତ ୯ ବର୍ଷ ମଧ୍ୟରେ କେନ୍ଦ୍ର ସରକାର କରିଥିବା କାର୍ଯ୍ୟ ବିଷୟରେ ଲୋକଙ୍କୁ ସୂଚନା ଦିଆଯାଉଛି। ଏଭଳି ପରିସ୍ଥିତିରେ ବର୍ତ୍ତମାନ କେବେ ନିର୍ବାଚନ ଲଢ଼ି ନ ଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପ୍ରଚାର ମଇଦାନରେ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ସଫଳତାକୁ ବଖାଣିବେ। ସେ ଗୁରୁବାର ତାଙ୍କର ଦୁଇ ଦିନିଆ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ଆଫଗାନିସ୍ତାନ ଶିଖ ଶରଣାର୍ଥୀ ଏବଂ ରୁଷିଆ-ୟୁକ୍ରେନ ଯୁଦ୍ଧ କାରଣରୁ ଅଧ୍ୟୟନ ଛାଡିଥିବା ଛାତ୍ରୀଛାତ୍ରମାନଙ୍କୁ ଭେଟିବେ।

ଏହି କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇ ଭାଜପା କହିଛି ଗୁରୁବାର ଜୟଶଙ୍କର ପ୍ରଖ୍ୟାତ ଫଟୋଗ୍ରାଫର ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ନରେଶ ବେଦୀ ଏବଂ ଲ୍ୟୁଟନାଟ ଜେନେରାଲ ଏସ.କେ ଗୁଲାଟି (ଅବସରପ୍ରାପ୍ତ) ଙ୍କୁ ରାଜୌରୀ ଉଦ୍ୟାନରେ ଭେଟିବେ। ପଶ୍ଚିମ ଦିଲ୍ଲୀର ଏମପି ପରଭେଶ ବର୍ମାଙ୍କ ସହ ୧୯୮୪ ମସିହାରେ ତିଲକ ବିହାରରେ ଶିଖ ବିରୋଧୀ ଦଙ୍ଗା ଦ୍ୱାରା ପ୍ରଭାବିତ ପରିବାରକୁ ଭେଟିବେ।

ଏଥି ସହିତ ସେ ପଶ୍ଚିମ ଦିଲ୍ଲୀର ମହାବୀର ନଗରରେ ଥିବା ଗୁରୁ ଅର୍ଜୁନ ଦେବ ଗୁରୁଦ୍ୱାରାକୁ ଯିବେ। ସେଠାରେ ତାଲିବାନ ଦଖଲ ପରେ ଦେଶ ଛାଡିଥିବା ଆଫଗାନିସ୍ତାନରୁ ଶିଖ ଶରଣାର୍ଥୀଙ୍କୁ ଭେଟିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri