Posted inଜାତୀୟ

ଚାଇନା ପ୍ରସଙ୍ଗରେ ରାହୁଲଙ୍କୁ ଜବାବ ଦେଲେ ଜୟଶଙ୍କର…

ନୂଆଦିଲ୍ଲୀ,୧୯।୧୨ :ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଚାଇନା ସୈନିକ ଏବଂ ଭାରତୀୟ ଯବାନଙ୍କ ମଧ୍ୟରେ ସଂଘର୍ଷ ପରେ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବେ ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏନେଇ କେନ୍ଦ୍ର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ନୀରବତା ଭାଙ୍ଗି ରାହୁଲଙ୍କୁ ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ ଏଲଏସିରେ ଭାରତୀୟ ସେନା ଦ୍ୱାରା ସବୁଠୁ ବଡ ସଂଖ୍ୟକ ମୁତୟନ କରାଯାଇଛି।

ଏକ ଗଣମାଧ୍ୟମ ସମ୍ମିଳନୀକୁ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି ଯେ ୨୦୨୦ ପରଠାରଏଲଏସିରେ ଚାଇନା ସୈନ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେଥିପାଇଁ ଭାରତୀୟ ସେନା ମଧ୍ୟ ବହୁ ସଂଖ୍ୟକ ଯବାନ ମୁତୟନ କରିଛି। ସେ କହିଛନ୍ତି, ଚାଇନା ଦ୍ୱାରା ଏକପାଖିଆ ପରିବର୍ତ୍ତନର କୌଣସି ପ୍ରୟାସକୁ ପ୍ରତିହତ କରିବା ପାଇଁ ଆମ ସେନା ନିୟୋଜିତ ହୋଇଛନ୍ତି।

ଜୟଶଙ୍କର କହିଛନ୍ତି, ଚାଇନା ପ୍ରସଙ୍ଗରେ ଭାରତ ସରକାର ଗମ୍ଭୀର ଏବଂ ରାହୁଲ ଗାନ୍ଧୀଙ୍କ ଦାବି ବିଶ୍ୱାସନୀୟ ନୁହେଁ। ରାହୁଲ ଗାନ୍ଧୀ କହିଥିଲେ ଯେ ଭାରତ-ଚାଇନା ସୀମାରେ ସାମ୍ପ୍ରତିକ ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର। ନିକଟରେ ଯାହା ଘଟିଥିଲା ତାହା କେବଳ ଝଗଡା ନୁହେଁ, ଚାଇନା ଏକ ପୂର୍ଣ୍ଣ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଏହି ବିପଦକୁ କେନ୍ଦ୍ର ସରକାର ଅବହେଳା କରିଥିବା ସେ ଅଭିଯୋଗ କରଥିଲେ। ସରକାର ଆମଠାରୁ ତଥ୍ୟ ଲୁଚାଇବାକୁ ଚେଷ୍ଟା କରୁଛନ୍ତି ବୋଲି କହଥିଲେ। କିନ୍ତୁ ଏହା ଅଧିକ ଦିନ ଚାଲିବ ନାହିଁ ବୋଲି ଅଭିଯୋଗ ଆଣିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri