ଉଗାଣ୍ଡାରେ ଏନ୍‌ଏଫ୍‌ଏସ୍‌ୟୁର କ୍ୟାମ୍ପସ୍‌ ଉଦ୍‌ଘାଟନ କଲେ ଜୟଶଙ୍କର

କାମ୍ପ୍‌ଲା,୧୨ା୪: ନ୍ୟାଶନାଲ ଫରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି (ଏନ୍‌ଏଫ୍‌ଏସ୍‌ୟୁ) ହେଉଛି ବିଶ୍ୱର ପ୍ରଥମ ତଥା ଏକମାତ୍ର ଫରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି ଉଗାଣ୍ଡାରେ ଏହାର ପ୍ରଥମ କ୍ୟାମ୍ପସ ସ୍ଥାପନ କରି ଭାରତ ଇତିହାସ ସୃଷ୍ଟି କରିଛି। ଯାହା ଅଧୀନରେ ଏନ୍‌ଏଫ୍‌ଏସ୍‌ୟୁ ଭାରତର ପ୍ରଥମ ଏବଂ ଏକମାତ୍ର ସରକାରୀ ବିଶ୍ୱବିଦ୍ୟାଳୟ ହୋଇ ଭାରତ ବାହାରେ ଏହାର କ୍ୟାମ୍ପସ ପ୍ରତିଷ୍ଠା କରିଛି।

ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ବୁଧବାର ଜିଞ୍ଜାରେ ଏନ୍‌ଏଫ୍‌ଏସ୍‌ୟୁ କ୍ୟାମ୍ପସକୁ ଉଦ୍‌ଘାଟନ କରିଛନ୍ତି। ଭାରତ ବାହାରେ ଏନ୍‌ଏଫ୍‌ଏସ୍‌ୟୁର ପ୍ରଥମ କ୍ୟାମ୍ପସ ସ୍ଥାପନ ପାଇଁ ଭାରତ ଏବଂ ଉଗାଣ୍ଡା ମଧ୍ୟରେ ଏକ ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ ହୋଇଥିଲା।

ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଏବଂ ଉଗାଣ୍ଡାର ପ୍ରତିରକ୍ଷା ତଥା ଭେଟେରାନ୍ସ ବ୍ୟାପାର ମନ୍ତ୍ରୀ ଭିନ୍ସେଣ୍ଟ ସେମ୍ପିଜାଙ୍କ ଦ୍ୱାରା ଏହି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଉଦ୍‌ଘାଟନୀ ସମାରୋହରେ ଉଗାଣ୍ଡାର ଉପମୁଖ୍ୟମନ୍ତ୍ରୀ ଲୁସିଆ ଇସ୍‌ଙ୍ଗା ନାକଡାମା, ଉଗାଣ୍ଡାର ବୈଦେଶିକ ମନ୍ତ୍ରୀ ଜେନେରାଲ ଓଡୋଙ୍ଗୋ, ଉଗାଣ୍ଡା ପ୍ରତିରକ୍ଷା ମନ୍ତ୍ରୀ ଭିନ୍ସେଣ୍ଟ ସେମ୍ପିଜା, ଏନ୍‌ଏଫ୍‌ଏସ୍‌ୟୁର ପ୍ରତିଷ୍ଠାତା ତଥା କୁଳପତି ଡକ୍ଟର ଜେ ଏମ୍‌ ବ୍ୟାସଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?