୬୦ ଦିନରେ ୬୦ ଗଳ୍ପ ଲେଖିଲେ ଜୟଶ୍ରୀ

କଟକ ଅଫିସ, ୮।୧୨: ଲଗାତର ୬୦ ଦିନରେ ୬୦ ଗଳ୍ପ ଲେଖି ଚର୍ଚ୍ଚାରେ ରହିଛନ୍ତି କଟକର ଝିଅ ଜୟଶ୍ରୀ ସାହୁ। ବାଙ୍ଗାଲୋରର ଏକ ଜାତୀୟ ସ୍ତରୀୟ ସଂସ୍ଥା ପ୍ରତିଲିପି ଓଡ଼ିଆ ପକ୍ଷରୁ ଅନ୍‌ଲାଇନ ମାଧ୍ୟମରେ ୬୦ ଦିନରେ ୬୦ ଗଳ୍ପ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟ ରସାୟନ ବିଜ୍ଞାନ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀ ଜୟଶ୍ରୀ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। କମ୍‌ ବୟସରୁ ସାରସ୍ବତ ସାଧନାରେ ପାଦ ଥାପିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି।
ପ୍ରତିଯୋଗିତାର ନିୟମ ଅନୁସାରେ, ଲଗାତର ୬୦ ଦିନ ପର୍ଯ୍ୟନ୍ତ ଓଡ଼ିଆରେ ଗଳ୍ପ ଲେଖି ପ୍ରତିଲିପିର ଅନ୍‌ଲାଇନ ପୃଷ୍ଠାରେ ପ୍ରକାଶ କରିବାକୁ ପଡିଥିଲା। ଗୋଟିଏ ଦିନ ଗଳ୍ପ ପ୍ରକାଶନ ବନ୍ଦ ହେଲେ ପ୍ରତିଯୋଗିତାରେ ଅଯୋଗ୍ୟ ବିବେଚିତ ହେବାର ସମ୍ଭାବନା ଥିଲା। ତେଣୁ ପ୍ରତ୍ୟେକ ରାତି ୧୨ଟାରେ ପ୍ରତିଲିପିର ଅନ୍‌ଲାଇନ ପୃଷ୍ଠାରେ ଗଳ୍ପର ବିଷୟ ପ୍ରଦାନ କରାଯାଉଥିଲା। ଏହାପରେ ତୁରନ୍ତ ସେହି ବିଷୟକୁ ଆଧାରକରି ଗଳ୍ପ ଲେଖିବାକୁ ପଡୁଥିଲା ବୋଲି ଜୟଶ୍ରୀ କହିଛନ୍ତି। ତାଙ୍କ ଲିଖିତ ଗଳ୍ପରେ ପାଠକଙ୍କ ସଂଖ୍ୟା ୧ ଲକ୍ଷରୁ ଊର୍ଦ୍ଧ୍ୱ ରହିଛି। ସେମାନଙ୍କ ମତାମତ ମୋତେ ଗଳ୍ପ ଲେଖିବା ପାଇଁ ଅଧିକ ପ୍ରେରଣା ଯୋଗାଇଛି ବୋଲି ଜୟଶ୍ରୀ କହିଛନ୍ତି। ପ୍ରତିଲିପି ଓଡ଼ିଆ ପକ୍ଷରୁ ତାଙ୍କୁ ବିଜୟୀ ଘୋଷଣା କରାଯିବା ସହ ପ୍ରତିଲିପି ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଛି। ଉକ୍ତ ସଂସ୍ଥା ପକ୍ଷରୁ ମାନପତ୍ରକୁ କୋରିୟରରେ ଶୈଳବାଳା ମହାବିଦ୍ୟାଳୟକୁ ପଠାଯାଇଥିଲା। ଅଧ୍ୟକ୍ଷା ସୁରେଖା ସୁନ୍ଦରୀ ସ୍ବାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିବା ସହ ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ଜୟଶ୍ରୀ ଜଣେ ମେଧାବୀ ଛାତ୍ରୀ। ସେ ଅନେକ ପ୍ରବନ୍ଧ, ଚିତ୍ରାଙ୍କନ, ବଂଶୀବାଦନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବିଭିନ୍ନ ସଂସ୍ଥା ପକ୍ଷରୁ ପୁରସ୍କୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri