Posted inଜାତୀୟ

ଜି-୨୦ରେ ଜିନପିଙ୍ଗ ଏବଂ ପୁଟିନଙ୍କ ଅନୁପସ୍ଥିତି ନେଇଏସ ଜୟଶଙ୍କର ପ୍ରତିକ୍ରିୟା…

ନୂଆଦିଲ୍ଲୀ,୬।୯ : ଜି-୨୦ଶିଖର ସମ୍ମିଳନୀ ୯ ଏବଂ ୧୦ ସେପ୍ଟେମ୍ବରରେ ଭାରତର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଅଂଶଗ୍ରହଣ କରିବେ ନାହିଁ। ଜି -୨୦ ଶିଖର ସମ୍ମିଳନୀରେ ଏହି ଦୁଇ ନେତାଙ୍କ ଅଂଶଗ୍ରହଣ ନ ହେବା ନେଇ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଜୟଶଙ୍କର କହିଛନ୍ତି, ମୁଁ ଭାବୁଛି ଜି -୨୦ ରେ ବିଭିନ୍ନ ସମୟରେ କିଛି ରାଷ୍ଟ୍ରପତି କିମ୍ବା ପ୍ରଧାନମନ୍ତ୍ରୀ କୌଣସି କାରଣରୁ ନ ଆସିବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ଯିଏ ସେହି ଅବସରରେ ସେହି ଦେଶର ପ୍ରତିନିଧୀ, ସେ ନିଜ ଦେଶ ଏବଂ ଏହାର ସ୍ଥିତିକୁ ଉପସ୍ଥାପନ କରିଥାଏ। ମୁଁ ଭାବୁଛି ସମସ୍ତେ ସମ୍ମିଳନୀକୁ ଗମ୍ଭୀରତାର ସହ ଆସୁଛନ୍ତି ।

 

ବାସ୍ତବରେ ଭାରତରେ ଆୟୋଜିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଅଂଶଗ୍ରହଣ କରିବେ ନାହିଁ। ତାଙ୍କ ସ୍ଥାନରେ ଚାଇନାର ପ୍ରିମିୟର ଲି କେକିଆଙ୍ଗ ସେପ୍ଟେମ୍ବର ୯-୧୦ ରେ ନୂଆଦିଲ୍ଲୀରେ ହେବାକୁ ଥିବା ବୈଠକରେ ବେଜିଂକୁ ପ୍ରତିନିଧିତ୍ୱ କରୁଥିବା ଦେଖିବାକୁ ମିଳିବ। ଅନ୍ୟପକ୍ଷରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଘୋଷଣା କରିସାରିଛନ୍ତି ସେ ଭାରତ ଆସୁନାହାଁନ୍ତି ଏବଂ ତାଙ୍କ ସ୍ଥାନରେ ବୈଦେଶିକ ମନ୍ତ୍ରୀ ସର୍ଜେ ଲାଭରୋଭ ଜି-୨୦ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।

ଯେତେବେଳେ ଚାଇନାର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଓ ନିଙ୍ଗଙ୍କୁ ଶି ଜିନପିଙ୍ଗ ଭାରତ ନ ଆସିବାର କାରଣ ପଚରାଯାଇଥିଲା, ସେ କହିଥିଲେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଚାଇନା ପ୍ରିମିୟର ଲି ଚିଆଙ୍ଗ ଦେଶକୁ ନେତୃତ୍ୱ ନେବେ। ଅନ୍ତର୍ଜାତୀୟ ଅର୍ଥନୈତିକ ସହଯୋଗ ପାଇଁ ଜି-୨୦ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟଫର୍ମ। ଏହି ସମ୍ମିଳନୀର ଉତ୍ସବରେ ଚାଇନା ଅଂଶଗ୍ରହଣ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri