Posted inଖେଳ

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା ପରେ ସେ କ୍ରିକେଟକୁ ଫେରି ମେଲବୋର୍ନ କ୍ଲବ ମୁଲଗ୍ରେଭ୍‌ର କୋଚ୍‌ ଦାୟିତ୍ୱ ତୁଲାଇବେ। ୨୦୧୯ରେ ଆଇସିସି ଦୁର୍ନୀତି ଆଚରଣ ବିଧି ଉଲ୍ଲଂଘନ କରି ଜୟସୁରିୟା ଦୁଇବର୍ଷ ବାସନ୍ଦ ହୋଇଥିଲେ।
ଶ୍ରୀଲଙ୍କା ପୂର୍ବତନ ଓପନର ତିଲକରତ୍ନେ ଦିଲସାନ ୫୧ ବର୍ଷୀୟ ଜୟସୁରିୟାଙ୍କୁ କୋଚ୍‌ ଦାୟିତ୍ୱ ନେବା ଲାଗି ବୁଝାଇବାରେ ସଫଳ ହୋଇଛନ୍ତି ବୋଲି ମୁଲଗ୍ରେଭ୍‌ ଅଧ୍ୟକ୍ଷ ମାଲିନ ପୁଲେନାୟେଗାମ କହିଛନ୍ତି। ଜୟସୁରିୟା କୋଚ୍‌ ହେଲେ ଆମ ଯୁବ ଖେଳାଳିମାନେ ଅନ୍ତର୍ଜାତୀୟ କ୍ରିକେଟ ବିଷୟରେ ବହୁତ କିଛି ଜାଣିବାକୁ ସକ୍ଷମ ହେବେ ବୋଲି ସେ କହିଛନ୍ତି। ମୁଲଗ୍ରେଭ୍‌ ପାଇଁ ଦିଲସାନ ଓ ତାଙ୍କ ପୂର୍ବତନ ଟିମ୍‌ ମେଟ୍‌ ଉପୁଲ ଥରଙ୍ଗା ଖେଳୁଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଏହି ଦୁଇ ଖେଳାଳି ଅବସର ନେଇ ସାରିଛନ୍ତି। ଜୟସୁରିୟା ଶ୍ରୀଲଙ୍କା ପାଇଁ ବିଶ୍ୱକପ୍‌ ଜିତିଛନ୍ତି। ସେ ୪୪୫ଟି ଦିନିକିଆ ଓ ୧୧୦ଟି ଟେଷ୍ଟ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri