ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।

କଂଗ୍ରେସ ନେତା ଜୟଦେବ ନିଜ ଗାଁ ହାଟଡିହୀ ବ୍ଲକ ଶଙ୍ଖଣାଠାରୁ ଶତାଧିକ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ବାହାରି ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ପରେ ସେ ରିଟର୍ନିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଥିଲେ l

ଏହି ଅବସରରେ ନିରଞ୍ଜନ ପଟ୍ଟନାୟକ ଏବଂ ତାଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ ଉପସ୍ଥିତ ରହିଥିଲେ। ନିରଞ୍ଜନ ପୂର୍ବରୁ ଘସିପୁରା ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ୱିତା କରି ବିଜେଡିର ବଦ୍ରି ନାରାୟଣ ପାତ୍ରଙ୍କଠାରୁ ପରାଜିତ ହୋଇଥିବା ବେଳେ ଚଳିତ ଥର ଭଣ୍ଡାରିପୋଖରୀରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଛନ୍ତି l

ତେବେ ବାପା ନିରଞ୍ଜନ ଏବଂ ପୁଅ ନବଜ୍ୟୋତି ନିଜ ସମର୍ଥକଙ୍କୁ ନେଇ ଜୟଦେବଙ୍କ ସହ ଉପସ୍ଥିତ ହେବା ରାଜନୈତିକ ମହଲରେ ନାନା ଚର୍ଚ୍ଚା ହେଉଛି l ନାମାଙ୍କନ ଦାଖଲ ସମୟରେ ଜନ ସମାଗମ ଦେଖି ନିରଞ୍ଜନ ପଟ୍ଟନାୟକ ଅଭିଭୂତ ହୋଇଥିବା ପ୍ରକାଶ କରିଥିବା ବେଳେ ଏଥର କଂଗ୍ରେସ ବିଜୟୀ ହେବ ବୋଲି ଜୟଦେବ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri