ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ପିସିସି ସଭାପତି ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନା ରାଜ୍ୟ ସରକାର ଏବଂ ଜଳସମ୍ପଦ ବିଭାଗ ଉପରେ ବର୍ଷିଛନ୍ତି।

ଖବରଦାତା ସମ୍ମିଳନୀରେ ଜୟଦେବ କହିଛନ୍ତି ଯେ, ୧୯୯୮ ମସିହାରେ ତାଙ୍କର ସ୍ବତନ୍ତ୍ର ଉଦ୍ୟମରେ ଆନନ୍ଦପୁର, ଫକୀରପୁର, ବଞ୍ଚୋ, ପଞ୍ଚୁଗୋଛିଆ, ସମଣା, ହାବେଳେଶ୍ୱର ଓ ଆୟତପୁର ଆଦି ଅଞ୍ଚଳକୁ ବନ୍ୟାରୁ ସୁରକ୍ଷା ଦେବା ପାଇଁ ଏହି ରିଙ୍ଗ୍ ବନ୍ଧ ନିର୍ମାଣ କରାଯାଇଥିଲା। କିନ୍ତୁ ଗତ ୨୭ ବର୍ଷ ଧରି ଏହାର ସଠିକ୍ ରକ୍ଷଣାବେକ୍ଷଣ କରାଯାଇ ନାହିଁ। ସୁଇସ୍ ଗେଟ୍‌ର ନିୟମିତ ତଦାରଖ ଅଭାବ ଏବଂ ବ୍ୟାରେଜ ଗେଟ୍‌ର ଅବୈଜ୍ଞାନିକ ପରିଚାଳନା ଫଳରେ ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇଛି। ଏହାର ପରିଣାମସ୍ୱରୂପ ଆନନ୍ଦପୁର ସହର ସମେତ ବହୁ ପଞ୍ଚାୟତ ଜଳମଗ୍ନ ହୋଇପଡ଼ିଛି ଏବଂ ହଜାର ହଜାର ଏକର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ବୋଲି ସେ ଅଭିଯୋଗ କରିଛନ୍ତି।

ବନ୍ୟାକ୍ଷତିଗ୍ରସ୍ତ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ସେ କେତେକାଂଶରେ ଗୁରୁତ୍ୱପୂର୍ଣ୍ଣ ଦାବି ଉପସ୍ଥାପନ କରିଛନ୍ତି। ବନ୍ୟାକ୍ଷତିଗ୍ରସ୍ତ ପରିବାରଙ୍କୁ ତୁରନ୍ତ ପର୍ଯ୍ୟାପ୍ତ ପରିମାଣର ରିଲିଫ୍  ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ, ମାଗଣା ବିହନ ଓ କୃଷି ଇନପୁଟ୍ ସହାୟତା ଦେବାକୁ ସେ ଦାବି କରିଛନ୍ତି। ଏଥିସହ କ୍ଷତିଗ୍ରସ୍ତ ଘରବାଡ଼ିର ତୁରନ୍ତ ସର୍ଭେ କରାଯିବା, ରିଙ୍ଗ୍ ବନ୍ଧ ଓ ସୁଇସ୍ ଗେଟ୍‌ର ସ୍ଥାୟୀ ମରାମତି ଏବଂ ଦୀର୍ଘମିଆଦି ବନ୍ୟା ନିୟନ୍ତ୍ରଣ ବ୍ୟବସ୍ଥା ଗ୍ରହଣ କରିବାକୁ ସେ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯଦି ଯଥାଶୀଘ୍ର ଏହି ସମସ୍ୟାର ସମାଧାନ ନ କରାଯାଏ, ତେବେ ବନ୍ୟାପୀଡ଼ିତ ଲୋକ ଓ ଚାଷୀମାନଙ୍କୁ ସାଙ୍ଗରେ ଧରି କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଏହି ଖବରଦାତା ସମ୍ମିଳନୀରେ କେନ୍ଦୁଝର ଜିଲ୍ଲା କଂଗ୍ରେସ ସଭାପତି ମନୋଜ ଜେନା, ଚିତ୍ତ ପାତ୍ର, ସନ୍ତୋଷ ସାମଲଙ୍କ ସମେତ ବହୁ ସ୍ଥାନୀୟ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?