Posted inଜାତୀୟ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳରେ ପରିବର୍ତ୍ତନ

ନୂଆଦିଲ୍ଲୀ,୧୨।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ବିସିସିଆଇ ଫାଷ୍ଟ ବୋଲର ଜୟଦେବ ଉନାଦକତଙ୍କୁ ଦଳରୁ ରିଲିଜ୍‌ କରିଛି। ତେବେ ତାଙ୍କ ସ୍ଥାନରେ ଦଳରେ କାହାକୁ ସୁଯୋଗ ଦିଆଯାଇ ନାହିଁ।
ଭାରତର ଘରୋଇ କ୍ରିକେଟରେ ରଣଜୀ ଟ୍ରଫି ମଧ୍ୟ ଖେଳାଯାଉଛି। ସୌରାଷ୍ଟ୍ରର ଦଳ ଫାଇନାଲରେ ପହଞ୍ଚିଛି। ଉନାଦକତ୍‌ ସୌରାଷ୍ଟ୍ର ଦଳର ଦଳର ଅଧିନାୟକ। ଏଭଳି ପରିସ୍ଥିତିରେ ବିସିସିଆଇ ରଣଜୀ ଟ୍ରଫିର ଅନ୍ତିମ ମ୍ୟାଚ ପୂର୍ବରୁ ଉନାଦକତଙ୍କୁ ଦଳରୁ ରିଲିଜ୍‌ କରିଛି, ଯାହାଫଳରେ ସେ ସୌରାଷ୍ଟ୍ର ଦଳରେ ଯୋଗ ଦେଇ ରଣଜୀ ଟ୍ରଫି ଫାଇନାଲ ଖେଳି ପାରିବେ। ରଣଜୀ ଟ୍ରଫିର ଫାଇନାଲରେ ସୌରାଷ୍ଟ୍ର ବଙ୍ଗଳାକୁ ଭେଟିବ। ଏହି ମ୍ୟାଚ ୧୬ ଫେବୃଆରୀରୁ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯିବ।
ଜୟଦେବଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଥିଲା, କିନ୍ତୁ ଦ୍ୱିତୀୟ ଟେଷ୍ଟରେ ଖେଳିବା ସମ୍ଭାବାନା କମ। ଭାରତୀୟ ଦଳ ଦୁଇଟି ଦ୍ରୁତ ବୋଲର ଏବଂ ତିନି ଜଣ ସ୍ପିନରଙ୍କ ମିଶ୍ରଣ ସହିତ ପଡିଆକୁ ଓହ୍ଲାଇବ। ଏଭଳି ପରିସ୍ଥିତିରେ ମହମ୍ମଦ ଶାମି ଏବଂ ମହମ୍ମଦ ସିରାଜଙ୍କ ଖେଳିବା ପ୍ରାୟ ନିଶ୍ଚିତ। ତୃତୀୟ ପେସର୍‌ ଭାବରେ ଏକ ବିକଳ୍ପ ଭାବରେ ଉମେଶ ଯାଦବ ଅଛନ୍ତି। ଏହି କାରଣରୁ ଜୟଦେବଙ୍କୁ ରିଲିଜ୍‌ କରାଯାଇଥିଲା।

ଭାରତ ପ୍ରଥମ ଟେଷ୍ଟରେ ଗୋଟିଏ ଇନିଂସ ଏବଂ ୧୩୨ ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଦିଲ୍ଲୀରେ ମଧ୍ୟ ଦଳ ଅଗ୍ରଣୀ ବଜାୟ ରଖିବାକୁ ଚାହୁଁଛନ୍ତି। ଚୟନକର୍ତ୍ତାମାନେ କେବଳ ପ୍ରଥମ ଦୁଇଟି ଟେଷ୍ଟ ପାଇଁ ଦଳ ଘୋଷଣା କରିଛନ୍ତି। ଅବଶିଷ୍ଟ ଦୁଇଟି ଟେଷ୍ଟ ପାଇଁ ଦଳ ଏପର୍ଯ୍ୟନ୍ତ ଚୟନ ହୋଇନାହିଁ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଫାଇନାଲରେ ପହଞ୍ଚିବା ପାଇଁ ଭାରତ ପାଇଁ ଏହି ସିରିଜ ଜିତିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri