ଗୃହରେ ହାତାହାତି ହେଲେ ଜୟନାରାୟଣ, ତାରା

ଭୁବନେଶ୍ୱର,୧୧।୩: ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ପ୍ରଥମେ ମୋ କଲର୍‌ ଧରିଲେ ଜୟନାରାୟଣ ବୋଲି ତାରା କହିଛନ୍ତି।

ଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠାଇଥିବା ଲୋକ ଯିଏ କି ତାଙ୍କୁ ଆଜି ଦଳ ଅଣଦେଖା କରୁଛି ବୋଲି ତାରା ତାଙ୍କୁ ତାତ୍ସଲ୍ୟ କରି କହିଥିଲେ।

ସୂଚନାଯୋଗ୍ୟ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ପୁଣି ଥରେ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ମିଶିବା ଆମର ଭୁଲ ଥିଲା। ଦେଶରେ କେବଳ ଜାତୀୟ ସଙ୍ଗୀତ ଗାନ କରାଯାଇପାରିବ। ମୁଁ ବୁଝି ପାରୁନି ସବୁ ସରକାରୀ କାର୍ଯ୍ୟକ୍ରମରେ କାହିଁକି ବନ୍ଦେ ଉତ୍କଳ ଜନନୀ ବଜାଯାଉଛି। ସ୍ବତନ୍ତ୍ର ଓଡ଼ିଶା ପାଇଁ ଆମେ ଆନ୍ଦୋଳନ କରିଥିଲୁ। ଉତ୍କଳ, କୋଶଳ ଓ କଳିଙ୍ଗ ମିଶ୍ର ଓଡ଼ିଶା ରାଜ୍ୟ ଗଠନ ହୋଇଛି। ମାତ୍ର ସଙ୍ଗୀତରେ କେବଳ ଉତ୍କଳର ଜୟଗାନ କାହିଁକି? ଏପରି ମନ୍ତବ୍ୟ ଦେବା ପରେ ଚାରିଆଡୁ ଜୟନାରାୟଣ ମିଶ୍ରଙ୍କୁ ଟ୍ରୋଲ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri