ଗୃହରେ ହାତାହାତି ହେଲେ ଜୟନାରାୟଣ, ତାରା

ଭୁବନେଶ୍ୱର,୧୧।୩: ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ପ୍ରଥମେ ମୋ କଲର୍‌ ଧରିଲେ ଜୟନାରାୟଣ ବୋଲି ତାରା କହିଛନ୍ତି।

ଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠାଇଥିବା ଲୋକ ଯିଏ କି ତାଙ୍କୁ ଆଜି ଦଳ ଅଣଦେଖା କରୁଛି ବୋଲି ତାରା ତାଙ୍କୁ ତାତ୍ସଲ୍ୟ କରି କହିଥିଲେ।

ସୂଚନାଯୋଗ୍ୟ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ପୁଣି ଥରେ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ମିଶିବା ଆମର ଭୁଲ ଥିଲା। ଦେଶରେ କେବଳ ଜାତୀୟ ସଙ୍ଗୀତ ଗାନ କରାଯାଇପାରିବ। ମୁଁ ବୁଝି ପାରୁନି ସବୁ ସରକାରୀ କାର୍ଯ୍ୟକ୍ରମରେ କାହିଁକି ବନ୍ଦେ ଉତ୍କଳ ଜନନୀ ବଜାଯାଉଛି। ସ୍ବତନ୍ତ୍ର ଓଡ଼ିଶା ପାଇଁ ଆମେ ଆନ୍ଦୋଳନ କରିଥିଲୁ। ଉତ୍କଳ, କୋଶଳ ଓ କଳିଙ୍ଗ ମିଶ୍ର ଓଡ଼ିଶା ରାଜ୍ୟ ଗଠନ ହୋଇଛି। ମାତ୍ର ସଙ୍ଗୀତରେ କେବଳ ଉତ୍କଳର ଜୟଗାନ କାହିଁକି? ଏପରି ମନ୍ତବ୍ୟ ଦେବା ପରେ ଚାରିଆଡୁ ଜୟନାରାୟଣ ମିଶ୍ରଙ୍କୁ ଟ୍ରୋଲ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?