ଶ୍ରମିକଙ୍କ ବଦଳରେ ଜେସିବି ପୋଖରୀ ଖୋଳୁଛି

କୁଜଙ୍ଗ,୧୯ା୫ (ଡି.ଏନ.ଏ.): କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଜଣେ ଗରିବ ଲୋକକୁ ବର୍ଷକରେ ଶହେ ଦିନ କାମ ଯୋଗାଇ ଦେବା ପାଇଁ ଏହା ପ୍ରଣୟନ କରିଥିଲେ। ମାତ୍ର ତାହା ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକରେ ପ୍ରହସନରେ ପରିଣତ ହୋଇଛି। ବିଭିନ୍ନ ପଞ୍ଚାୟତରେ ଅମୃତ ସରୋବର ଓ ମୋ ପୋଖରୀ ଏହି ଯୋଜନାରେ ଖୋଳା ଚାଲିଛି। ହେଲେ ଜବ୍‌କାର୍ଡଧାରୀ ଶ୍ରମିକଙ୍କ ବଦଳରେ ମେଶିନ୍‌ ସାହାର୍ଯ୍ୟରେ ପୋଖରୀ ଖୋଯାଉଛି। ଏଭଳି ଦେଖିବାକୁ ମିଳିଛି ବ୍ଲକ ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତରେ। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ପୋଖରୀକୁ ଅମୃତ ସରୋବର ଯୋଜନାରେ ସାମିଲ କରାଯାଇଛି। ଏହି କାମକୁ କେତେଜଣ ବ୍ୟକ୍ତି ମେଶିନ୍‌ ଲଗାଇ ନାମକୁମାତ୍ର ଖୋଳି ପ୍ରାୟ ୧୦ ଲକ୍ଷ ଟଙ୍କା ହଡ଼ପ କରିବା ମସୁଧା କରିଥିବା ଅଭିଯୋଗ ହେଉଛି। ଖାଲି ସେତିକି ନୁହେଁ ପୂର୍ବରୁ ପୋଖରୀ ହୁଡ଼ାରେ ଥିବା ଚାକୁଣ୍ଡା ସମେତ ଅନ୍ୟ ବଡ଼ ଗଛ ସବୁ କାଟି ପଦା କରି ଦିଆଯାଇଛି। ଅନ୍ୟପକ୍ଷେ କାଳେ ଜନସାଧାରଣ ଜାଣିଯିବେ ଉକ୍ତ ପୋଖରୀଟି ଅମୃତ ସରୋବର ଯୋଜନାରେ ଅନ୍ତର୍ଭୃକ୍ତ ହୋଇ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଖୋଳାଯାଉଛି ସେଥି ନିମନ୍ତେ ନାମ ଫଳକ ଉପରେ ଜରିପାଲ ଘୋଡ଼ାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ମୋବାଇଲ ନଂ. ୭୦୦୮୬୦୧୧୬୧ରେ ଯୋଗାଯୋଗ କରାଯାଇଥିଲେ ବି ସେ ବାରମ୍ବାର ଫୋନ୍‌ କାଟି ଦେଇଥିଲେ। ଅନ୍ୟପକ୍ଷରେ ପଙ୍କପାଳ ସରପଞ୍ଚ ସରୋଜ ସେଠୀଙ୍କୁ ପଚାରିବାରେ କ’ଣ କାମ ହେଉଛି ସେ ଜାଣି ନାହାନ୍ତି। ବୁଝିବା ପରେ ଜଣାଇବେ ବୋଲି ସେ କହିଥିଲେ। ଅନ୍ୟପକ୍ଷେ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ମଧୁସ୍ମିତା ମହାନ୍ତିଙ୍କୁ ପଚାରିବାରେ ସେ ନୀରବ ରହିଥିଲେ। ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri