ଶ୍ରମିକଙ୍କ ବଦଳରେ ଜେସିବି ପୋଖରୀ ଖୋଳୁଛି

କୁଜଙ୍ଗ,୧୯ା୫ (ଡି.ଏନ.ଏ.): କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଜଣେ ଗରିବ ଲୋକକୁ ବର୍ଷକରେ ଶହେ ଦିନ କାମ ଯୋଗାଇ ଦେବା ପାଇଁ ଏହା ପ୍ରଣୟନ କରିଥିଲେ। ମାତ୍ର ତାହା ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକରେ ପ୍ରହସନରେ ପରିଣତ ହୋଇଛି। ବିଭିନ୍ନ ପଞ୍ଚାୟତରେ ଅମୃତ ସରୋବର ଓ ମୋ ପୋଖରୀ ଏହି ଯୋଜନାରେ ଖୋଳା ଚାଲିଛି। ହେଲେ ଜବ୍‌କାର୍ଡଧାରୀ ଶ୍ରମିକଙ୍କ ବଦଳରେ ମେଶିନ୍‌ ସାହାର୍ଯ୍ୟରେ ପୋଖରୀ ଖୋଯାଉଛି। ଏଭଳି ଦେଖିବାକୁ ମିଳିଛି ବ୍ଲକ ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତରେ। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ପୋଖରୀକୁ ଅମୃତ ସରୋବର ଯୋଜନାରେ ସାମିଲ କରାଯାଇଛି। ଏହି କାମକୁ କେତେଜଣ ବ୍ୟକ୍ତି ମେଶିନ୍‌ ଲଗାଇ ନାମକୁମାତ୍ର ଖୋଳି ପ୍ରାୟ ୧୦ ଲକ୍ଷ ଟଙ୍କା ହଡ଼ପ କରିବା ମସୁଧା କରିଥିବା ଅଭିଯୋଗ ହେଉଛି। ଖାଲି ସେତିକି ନୁହେଁ ପୂର୍ବରୁ ପୋଖରୀ ହୁଡ଼ାରେ ଥିବା ଚାକୁଣ୍ଡା ସମେତ ଅନ୍ୟ ବଡ଼ ଗଛ ସବୁ କାଟି ପଦା କରି ଦିଆଯାଇଛି। ଅନ୍ୟପକ୍ଷେ କାଳେ ଜନସାଧାରଣ ଜାଣିଯିବେ ଉକ୍ତ ପୋଖରୀଟି ଅମୃତ ସରୋବର ଯୋଜନାରେ ଅନ୍ତର୍ଭୃକ୍ତ ହୋଇ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଖୋଳାଯାଉଛି ସେଥି ନିମନ୍ତେ ନାମ ଫଳକ ଉପରେ ଜରିପାଲ ଘୋଡ଼ାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ମୋବାଇଲ ନଂ. ୭୦୦୮୬୦୧୧୬୧ରେ ଯୋଗାଯୋଗ କରାଯାଇଥିଲେ ବି ସେ ବାରମ୍ବାର ଫୋନ୍‌ କାଟି ଦେଇଥିଲେ। ଅନ୍ୟପକ୍ଷରେ ପଙ୍କପାଳ ସରପଞ୍ଚ ସରୋଜ ସେଠୀଙ୍କୁ ପଚାରିବାରେ କ’ଣ କାମ ହେଉଛି ସେ ଜାଣି ନାହାନ୍ତି। ବୁଝିବା ପରେ ଜଣାଇବେ ବୋଲି ସେ କହିଥିଲେ। ଅନ୍ୟପକ୍ଷେ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ମଧୁସ୍ମିତା ମହାନ୍ତିଙ୍କୁ ପଚାରିବାରେ ସେ ନୀରବ ରହିଥିଲେ। ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri