ମମିତା ହତ୍ୟାକାଣ୍ଡରେ ବ୍ୟବହୃତ ଜେସିବି, ସ୍କୁଟି ଜବତ

ଭବାନୀପାଟଣା,୧।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ରବିବାର ସାରେ ଜବତ କରିଛି ସିନ୍ଧେକେଲା ପୋଲିସ। ମହାଲିଙ୍ଗରୁ ଏହି ୨ ଗାଡ଼ିକୁ ଜବତ କରି ସିନ୍ଧେକେଲା ଥାନାକୁ ଅଣାଯାଇଛି। ମମିତାଙ୍କୁ ହତ୍ୟା କରିବା ପରେ ମୃତଦେହ ପୋତିବାକୁ ଜେସିବି ଏବଂ ପୋଡ଼ିବା ପାଇଁ ଟାୟାର ଆଣିବାକୁ ସ୍କୁଟି ବ୍ୟବହାର କରିଥିବା ପୋଲିସକୁ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ କହିଥିଲେ। ଏଣୁ ସିନ୍ଧେକେଲା ପୋଲିସ ମହାଲିଙ୍ଗକୁ ଯାଇ ଉକ୍ତ ଜେସିବି ଓ ସ୍କୁଟିକୁ ଜବତ କରି ଥାନାକୁ ଆଣିଛି। ଜେସିବି ଡ୍ରାଇଭର ପୁଷ୍କର ଭୋଇ ଗାତ ଖୋଳିବା ଓ ପୋତିବା କାମ କରିଥିଲେ ମଧ୍ୟ ହତ୍ୟାକାଣ୍ଡ ସମ୍ପର୍କରେ ଜାଣି ନ ଥିବା କହିବାରୁ ତାଙ୍କୁ ପୋଲିସ ରାଜସାକ୍ଷୀ କରିଛି। ଅନ୍ୟପଟେ ଜେସିବି ଦୋଷୀ ହେଲା, ଆଉ ଡ୍ରାଇଭର କିପରି ନିର୍ଦ୍ଦୋଷ ହେଲା ବୋଲି ଲୋକଙ୍କ ମଧ୍ୟରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୋଲିସର ଏପରି କାର୍ଯ୍ୟକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଏହି ଘଟଣାରେ ପୋଲିସ ଗୋବିନ୍ଦଙ୍କ ପରିବାରବର୍ଗଙ୍କୁ ମଧ୍ୟ ଜେରା କରିଛି। କଳାହାଣ୍ଡି ଜିଲା କଲମପୁରରେ ରହୁଥିବା ଗୋବିନ୍ଦଙ୍କ ପରିବାର ସଦସ୍ୟଙ୍କୁ ରବିବାର ଅପରାହ୍ନରେ ପୋଲିସ ମହାଲିଙ୍ଗ ଡକାଇ ଜେରା କରିଥିଲା। ଜେରା ସରିବା ପରେ ପୁଣି ସେମାନେ ଫେରି ଯାଇଥିବା ଜଣାପଡିଛି। ଏହି ହତ୍ୟାକାଣ୍ଡରେ ଆଉ କାହାର ସମ୍ପୃକ୍ତି ଅଛି ସେ ନେଇ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri