ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଶ୍ରୀବିନାୟକ ଜେସିବି (ଶ୍ରୀ ବିନାୟକ ମୋଟର୍ସ)ର କଟକ-ପୁରୀ ବାଇପାସ୍‌ ରୋଡ୍‌ (ଟଙ୍କପାଣି ରୋଡ୍‌ ବାସୁଆଖାଇ) ଶୋ’ରୁମ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବ ସ୍ଥାନୀୟ ଏକ ଘରୋଇ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜେସିବି ଇଣ୍ଡିଆର ଆଞ୍ଚଳିକ ପ୍ରବନ୍ଧକ (ଓଡ଼ିଶା) ପ୍ରଭୁ ବିଶ୍ୱାଳଙ୍କ ସମେତ ଶ୍ରୀ ବିନାୟକ ମୋଟର୍ସର ଏମ୍‌ଡି ରାକେଶ କୁମାର ଅଗ୍ରଓ୍ବାଲ, ଚିରାଗ ଅଗ୍ରଓ୍ବାଲ, ବିନୟ କୁମାର ଗୁପ୍ତା ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟରରେ ଶକ୍ତିଶାଳୀ ଇଞ୍ଜିନ ସାଙ୍ଗକୁ ୧୪%ରୁ ଅଧିକ ତୈଳ ସଞ୍ଚୟକାରୀ ଏବଂ ୫%ରୁ ଅଧିକ କାର୍ଯ୍ୟକ୍ଷମ ହେଉଛି। ଏପରିକି ଏହି ମଡେଲର ଡିଜାଇନ ଓ ଫିଚର ବେଶ୍‌ ଆକର୍ଷଣୀୟ ହୋଇଥିଲାବେଳେ ଏହାର କ୍ଷମତା, ଗୁଣାତ୍ମକତା ଏବଂ ବୈଶିଷ୍ଠ୍ୟତା ଅନ୍ୟ ମଡେଲଠାରୁ ଭିନ୍ନ ଓ ଉଚ୍ଚକୋଟୀର ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିଭଳି ନିର୍ମାଣ କ୍ଷେତ୍ରରେ ଏହାର କାର୍ଯ୍ୟଦକ୍ଷତା ଓ ତୈଳ ସଞ୍ଚୟ କ୍ଷମତା ମାଲିକଙ୍କୁ ବେଶ୍‌ ଲାଭଦାୟକ ଓ ସହାୟକ ହେବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri