Posted inଜାତୀୟ

ଦୀର୍ଘ ବର୍ଷ ପରେ ଆର୍‌ଜେଡି ସ୍ଥାପନା ଦିବସରେ କର୍ମୀଙ୍କୁ ଉଦ୍‌ବୋଧନ ଦେଲେ ଲାଲୁ

ନୂଆଦିଲ୍ଲୀ,୫ ।୭: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୋମବାର ତା’ର ୨୫ ତମ ସ୍ଥାପନା ଦିବସ ପାଳନ କରୁଛି । ଏହି ଅବସରରେ ଦୀର୍ଘ ସମୟ ପରେ ଦଳ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଦଳୀୟ କର୍ମୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି । ଅସୁସ୍ଥତା ସତ୍ତ୍ୱେ ନୂଆଦିଲ୍ଲୀରୁ ଡିଜିଟାଲ ପ୍ଲାଟଫର୍ମ ଯୋଗେ ସେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ସମୟରେ ସେ ମଣ୍ଡଳ ଆନ୍ଦୋଳନ କଥା ଉଠାଇଛନ୍ତି । ଏହି ଅବସରରେ ସେ କର୍ପୁରି ଠାକୁରଙ୍କୁ ମଧ୍ୟ ମନେ ପକାଇଛନ୍ତି । ଲାଲୁ କହିଛନ୍ତି ଆର୍‌ଜେଡିର ଭବିଷ୍ୟତ ଉଜ୍ୱଳ । ମୁଁ ପାଞ୍ଚପାଞ୍ଚ ଜଣ ପ୍ରଧାନମନ୍ତ୍ରୀଙ୍କୁ ଦେଖିଛି ଓ ସହଯୋଗ କରିଛି । ମୁଁ କେନ୍ଦ୍ରମନ୍ତ୍ରୀ ହେବାକୁ ଚାହୁଁ ନ ଥିଲି, ହେଲେ ନୀତୀଶ କୁମାର ବ୍ୟାକୁଳ ଥିବାରୁ ତାଙ୍କୁ ହୁଏତ କୃଷି ମନ୍ତ୍ରୀ କରି ଦିଆଯାଇଥିଲା । ସେହିପରି ବିହାର ଆନ୍ଦାଳନ ସମୟରେ ମୋର ମୃତ୍ୟୁ ଖବର ଗରିବଙ୍କୁ ଶକ୍ତି ଯୋଗାଇଥିଲା । ଆଜି ଦେଶ ଆର୍ଥିକ ସଙ୍କଟ ଦେଇ ଗତି କରୁଛି । ଅଯୋଧ୍ୟା ପରେ ଏବେ ମଥୁରା ସ୍ଲୋଗାନ ମୁଣ୍ଡ ଟେକିଛି । ଶାସନ ଗାଦିରେ ବସିବାକୁ ଦେଶକୁ ବିଭାଜିତ କରାଯାଉଛି । ହେଲେ ଦେଶକୁ ମଜଭତ କରିବାକୁ ଆର ଜେଡି କର୍ମୀ କାମ କରନ୍ତୁ ବୋଲି ଲାଲୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?