Posted inଜାତୀୟ

ଭାଜପା ଆଡ଼କୁ ଢଳୁଛି ଜେଡିଏସ୍‌

ନୂଆଦିଲ୍ଲୀ,୮ା୬: କର୍ନାଟକ ବିଧାନସଭା ନିର୍ବାଚନରେ ସବୁଠୁ ଖରାପ ପ୍ରଦର୍ଶନ କରିଥିବା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବେ ଭାଜପା ଆଡ଼କୁ ଢଳିବା ଆରମ୍ଭ କରିଛି। ଏଥିଲାଗି ୨୦୨୪ ସାଧାରଣ ନିର୍ବାଚନ ବେଳେ ଦୁଇଦଳ ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ୨୦୧୯ ଲୋକ ସଭା ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ଦଳ ରାଜ୍ୟର ୨୮ ଆସନରେ ଲଢ଼ି ମାତ୍ର ଗୋଟିଏ ଆସନ ଜିତିଥିଲା। ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ୨୨୪ ଆସନରୁ ମାତ୍ର ୧୯ରେ ସନ୍ତୁଷ୍ଟ ରହିଥିଲା। ତେଣୁ ଦେବେଗୌଡ଼ା ଓ ତାଙ୍କ ପୁଅ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ନିଜ ଜନାଧାର ବଞ୍ଚାଇବା ପାଇଁ ଭାଜପା ସହ ମେଣ୍ଟ କରିବାକୁ ଆଗ୍ରହ ପ୍ରକାଶ କରୁଥିବା କୁହାଯାଉଛି। ଏହା ପୂର୍ବରୁ ମେ’ ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ସଂସଦ ଭବନ ଉଦ୍‌ଘାଟନ କରିଥିବାବେଳେ ଅନେକ ବିରୋଧୀ ଦଳ ଏହାକୁ ବର୍ଜନ କରିଥିଲେ। କିନ୍ତୁ ଦେବେଗୌଡ଼ା ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏପରି କି ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣାକୁ ନେଇ ବିରୋଧୀ ଦଳଗୁଡ଼ିକ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ଦାବି କରୁଥିବାବେଳେ ତାଙ୍କ ସମର୍ଥନରେ ଦେବେଗୌଡ଼ା ବାହାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri