Posted inଜାତୀୟ

ଅଲଗା ହେବେ ଭାଜପା-ଜେଡିୟୁ, ନୀତୀଶଙ୍କ ଘରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ!

ପାଟନା,୯ ।୮: ବିହାରରେ ଜନତା ଦଳ ୟୁନାଇଟେଡ(ଜଡିୟୁ) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ଚାଲିଥିବା କନ୍ଦଳ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା କୁହାଯାଉଛି । ଏହାକୁ ନେଇ ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଘରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ଜଣାପଡିଛି । ଏଥିରେ ଜେଡିୟୁର ଏମ୍‌ପି ଓ ବିଧାୟକମାନେ ଯୋଗଦେବେ । ଅନୁମାନ କରାଯାଉଛି କି ମେଣ୍ଟର ଭବିଷ୍ୟତକୁ ନେଇ କିଛି ବଡ ନିଷ୍ପତ୍ତି ନିଆଯାଇପାରେ । ସୂଚନାଯୋଗ୍ୟ, ଜେଡିୟୁର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଆରସିପି ସିଂ ଦଳ ଛାଡିବା ପରେ ଉତ୍ପନ୍ନ ସ୍ଥିତିକୁ ନେଇ ଆଲୋଚନା କରିବାକୁ ବୈଠକ ଡକାଯାଇଛି ।
ବୈଠକର ଗୋଟିଏ ଦିନ ପୂର୍ବରୁ ଜେଡିୟ ପ୍ରବକ୍ତା କେସି ତ୍ୟାଗୀ କହିଛନ୍ତି, ନୀତୀଶ କୁମାର ଜେଡିୟୁର ନିର୍ବିବାଦୀୟ ନେତା । ଦଳର ସମସ୍ତ ନେତା ଓ କର୍ମୀ ତାଙ୍କୁ ସମ୍ମାନ ଦିଅନ୍ତି । ତେଣୁ ଦଳ ମଧ୍ୟରେ କୌଣସି ବିଭାଜନର ପ୍ରଶ୍ନ ଉଠୁ ନାହିଁ । ନୀତୀଶଙ୍କ ନେତୃତ୍ୱରେ ଦଳ ଯାହା ବି ନିଷ୍ପତ୍ତି ନେବ ତାକୁ ଗ୍ରହଣ କରାଯିବ ।
ସୂଚନାଯୋଗ୍ୟ, ଆରଜେଡି ବି ସକାଳ ୧୧ଟାରେ ରାବ୍ରି ଦେବୀଙ୍କ ଘରେ ୧୦ ସର୍କୁଲାର ରୋଡରେ ତା’ର ବିଧାୟକଙ୍କ ବୈଠକ ଡାକିଛି । ଅନ୍ୟପଟେ ଜିତନରାମ ମାଝି ବି ସନ୍ଧ୍ୟା ୭ଟାରେ ତାଙ୍କ ଦଳର ବିଧାୟକଙ୍କ ସହ ନିଜ ଘରେ ଏକ ବୈଠକ କରିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri