Posted inଜାତୀୟ

ଜେଡିୟୁ ଅର୍ଥ ନୀତୀଶ କୁମାର! ଦଳ ପୋଷ୍ଟରରେ କେବଳ ମୁଖ୍ୟମନ୍ତ୍ରୀଙ୍କ ରହିବ ଫଟୋ, ନ ମାନିଲେ ହେବ କାର୍ଯ୍ୟାନୁଷ୍ଠାନ

ପାଟନା,୨୯ ।୪: ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ଯେ କୌଣସି ପୋଷ୍ଟର ଓ ବ୍ୟାନରରେ ଏବେ କେବଳ ନୀତୀଶ କୁମାରଙ୍କର ଫଟୋ ରହିବ । ଦଳ ପକ୍ଷରୁ ଏ ସମ୍ପର୍କରେ ନିର୍ଦ୍ଦେଶ ଜାରି କରାଯାଇ କର୍ମକର୍ତ୍ତା ଓ ନେତାଙ୍କୁ ସଫା ସଫା ନିର୍ଦ୍ଦେଶ ଦିଆଯାଇଛି କି ଦଳର ଯେ କୌଣସି କାର୍ଯ୍ୟକ୍ରମ ବା ଆୟୋଜନରେ ଯେଉଁ ପୋଷ୍ଟର ବା ବ୍ୟାନର ଲାଗିବ ସେଥିରେ କେବଳ ନୀତୀଶ କୁମାରଙ୍କ ଫଟୋ ରହିବ । ଯିଏ ଏହି ନିର୍ଦ୍ଦେଶକୁ ଅବମାନନା କରିବ ତାଙ୍କ ବିରୋଧରେ ଦଳ ବିରୋଧି ଗତିବିଧି ଓ ଅନୁଶାସନହିନତା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
ସୂଚନାଯୋଗ୍ୟ, ବିହାର ବିଧାନସଭା ନିର୍ବାଚନ ୨୦୨୦ପରେ ଜେଡିୟୁରେ ଲଗାତାର ହେଉଥିବା ପରିବର୍ତ୍ତନ ଯୋଗୁ କେଉଁଠି ନା କେଉଁଠି ଦଳର ଏକତା ଭଙ୍ଗ ହେଉଥିଲା । ଦଳ ଭିତରେ ସବୁବେଳେ କନ୍ଦଳ ଖବର ଆସୁଥିଲା । ଆରସିପି ସିଂ ଓ ଲଲନ ସିଂଙ୍କ ସମର୍ଥକ ପୋଷ୍ଟର ବାହାନାରେ ଶକ୍ତି ପ୍ରଦର୍ଶନ କରୁଥିଲେ । ସେଥିପାଇଁ ଏ ସମସ୍ତ ପ୍ରକାର ସମସ୍ୟା ଉପରେ ବିରାମ ଲଗାଇବା ପାଇଁ ଦଳ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।
ଦଳର ପ୍ରଦେଶ ଅଧ୍ୟକ୍ଷ ଉମେଶ କୁଶାବାହ ଏକ ପ୍ରେସ ରିଲିଜ ଜାରି କରି ଏହି ନିର୍ଦ୍ଦେଶ ସମ୍ପର୍କରେ ସୂଚନା ଦେଇଛନ୍ତି । ବିଜ୍ଞପ୍ତିରେ କୁହାଯାଇଛି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିହାରର ସର୍ବମାନ୍ୟ ନେତା ଅଟନ୍ତି । ତେଣୁ ଦଳର ସମସ୍ତ ନେତା ଓ କର୍ମୀଙ୍କୁ କୁହାଯାଉଛି କି ଏବେ କୌଣସି ଦଳୀୟ କାର୍ଯ୍ୟକ୍ରମ ହେଲେ ସେଠାରେ ଲାଗୁଥିବା ପୋଷ୍ଟର ଓ ବ୍ୟାନରରେ କେବଳ ନୀତୀଶ କୁମାରଙ୍କ ଫଟୋ ରହିବ । ଏହା ବ୍ୟତୀତ ଆଉ କାହାର ଫଟୋ ଲାଗିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri