Posted inଜାତୀୟ

‘ସାଧାରଣଜନତା ଖଡ୍‌ଗେ-ଫଡ୍‌ଗେଙ୍କୁ ଜାଣନ୍ତି ନାହିଁ, ନୀତୀଶଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରାଯାଉ’

ନୂଆଦିଲ୍ଲୀ,୨୨।୧୨: ଗୋଟିଏ ପଟେ ‘ଇଣ୍ଡିଆ’ ମହାମେଣ୍ଟ ନାମରେ ବିରୋଧୀ ଏକଜୁଟ ହେବାର ଡିଣ୍ଡିମ ପିଟୁଥିବା ବେଳେ ଅନ୍ୟପଟେ ଦଳଗୁଡ଼ିକ ମଧ୍ୟରେ କନ୍ଦଳ ବଢ଼ିବାରେ ଲାଗିଛି। ଆଗାମୀ ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଦଳଗୁଡ଼ିକ କାହାକୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବେ ସେ ନେଇ ବିଚାରବିମର୍ଶ ଆରମ୍ଭ ହୋଇଛି। ଏହି କ୍ରମରେ ଜେଡିୟୁ ବିଧାୟକ ଗୋପାଳ ମଣ୍ଡଳ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ପଦ ଲାଗି ଉପଯୁକ୍ତ ପ୍ରାର୍ଥୀ ବୋଲି କହିଛନ୍ତି।

ବିଧାୟକ ଗୋପାଳ କହିଛନ୍ତି, ନୀତୀଶ ଜଣେ ନିର୍ବିବାଦୀୟ ନେତା। ଏଣୁ ତାଙ୍କୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଚୟନ କରିବା ଉଚିତ। କଂଗ୍ରେସର ଓଜନ ନାହିଁ। କାରଣ କଂଗ୍ରେସ କାରଣରୁ ଭାଜପା ଶାସନ କ୍ଷମତାକୁ ଆସିଛି। ଦଳ ଯେଉଁ ଧନ୍ଦା କରି ଆସିଛି ତାହା ହିଁ କରିବ। ଏଣୁ କଂଗ୍ରେସ ଉପରେ ବିଶ୍ୱାସ କରାଯାଇପାରିବ ନାହିଁ। ସାଧାରଣଜନତା ଖଡ୍‌ଗେ ଫଡ୍‌ଗେଙ୍କୁ ଜାଣନ୍ତି ନାହିଁ। ଆମେ ବି ତାଙ୍କୁ ଜାଣି ନାହୁଁ। ଏବେ ଆପଣ କହିଲେ ବୋଲି ଆମେ ଜାଣିଲୁ ଯେ ସେ କଂଗ୍ରେସ ଅଧ୍ୟକ୍ଷ ଅଛନ୍ତି। ଖଡଗେଙ୍କୁ କେହି ଜାଣନ୍ତି ନାହିଁ। ସମସ୍ତେ ନୀତୀଶଙ୍କୁ ଜାଣନ୍ତି। ଏଣୁ ସେ ହିଁ ପ୍ରଧାନମନ୍ତ୍ରୀ ହେବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି।

କହିରଖୁଛୁ, ନୂଆଦିଲ୍ଲୀରେ ବିରୋଧୀ ଦଳଗୁଡ଼ିକର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଭାବେ ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ନାମ ନେଇଥିଲେ। ହେଲେ ଲାଲୁ ଯାଦବ, ନୀତୀଶ କୁମାର ଏଥିରେ ସହମତି ପ୍ରକାଶ କରି ନ ଥିଲେ। ଏପରିକି ସେମାନେ ବୈଠକରୁ ଶୀଘ୍ର ଚାଲିଆସିଥିଲେ। ଖବରଦାତା ସମ୍ମିଳନୀରେ ଉଦ୍‌ବୋଧନ ମଧ୍ୟ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri