Posted inଜାତୀୟ

‘ଜେଡିୟୁ-ଆର୍‌ଜେଡି ମେଣ୍ଟର ପ୍ରଭାବ ରହିବନି’

ନୂଆଦିଲ୍ଲୀ,୧୫ା୮: ବିହାରରେ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି)କୁ ନେଇ ନବଗଠିତ ମେଣ୍ଟ ୨୦୨୪ ସାଧାରଣ ନିର୍ବାଚନରେ ଜାତୀୟ ରାଜନୀତିକୁ ବିଶେଷ ପ୍ରଭାବିତ କରିବ ନାହିଁ ବୋଲି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) କହିଛନ୍ତି।
ପାଟନାର ଏକ ଖବରଦାତା ସମ୍ମିଳନୀରେ ରବିବାର ଜେଡିୟୁର ପୂର୍ବତନ ନେତା ପ୍ରଶାନ୍ତ କିଶୋର ବିହାରର ଦୁଇ ପ୍ରମୁଖ ଦଳର ପୁନର୍ମିଳନକୁ ଏକ ‘ରାଜନୈତିକ ଅହଂକାର’ ଭାବେ ଅଭିହିତ କରିଛନ୍ତି। ପିକେ କହିଛନ୍ତି, ଜେଡିୟୁ ନେତା ନୀତୀଶ କୁମାର ଏବଂ ଆର୍‌ଜେଡିର ତେଜସ୍ବୀ ଯାଦବ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି କେତେ ରକ୍ଷା କରିପାରିବେ ତାହା ଉଭୟଙ୍କ ଉପରେ ନିର୍ଭର କରେ। ଆଗାମୀ ଲୋକ ସଭା ନିର୍ବାଚନ ଉପରେ ଏହି ମେଣ୍ଟର ବିଶେଷ ପ୍ରଭାବ ରହିବ ନାହିଁ। ପୂର୍ବରୁ ନୀତୀଶ ଯେତେ ଥର ମେଣ୍ଟ କରିଛନ୍ତି ତାହା ଦୁଇବର୍ଷରୁ ଅଧିକ ସମୟ ତିଷ୍ଠିନାହିଁ। ତେଣୁ ଆଗକୁ ନୀତୀଶ-ତେଜସ୍ବୀଙ୍କ ଚୁକ୍ତି କେତେଦିନ ବଳବତ୍ତର ରହିବ ତାହା ଅନୁମାନ କରାଯାଇପାରେ ବୋଲି ପ୍ରଶାନ୍ତ କହିଛନ୍ତି। ପ୍ରକାଶ ଯେ, ଏକଦା ଜେଡିୟୁ ଉପାଧ୍ୟକ୍ଷ ଥିବା ପ୍ରଶାନ୍ତଙ୍କୁ ନୀତୀଶଙ୍କ ଘନିଷ୍ଠ ସହଯୋଗୀ ବିବେଚନା କରାଯାଉଥିଲା। କିନ୍ତୁ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ପ୍ରସଙ୍ଗରେ ନୀତୀଶ କୁମାର ଭାଜପା ଆଭିମୁଖ୍ୟକୁ ସମର୍ଥନ କରିବା ପରେ ପ୍ରଶାନ୍ତ କିଶୋର ଜେଡିୟୁ ଛାଡ଼ି ଭିନ୍ନ ପଥ ବାଛିଥିଲେ। ୨୦୨୫ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଦଳ ପ୍ରତିଷ୍ଠା ଘୋଷଣା କରିଥିବା ପିକେ ଗତ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ‘ଜନ ସ୍ବରାଜ’ ନାମରେ ବିହାରରେ ପଦଯାତ୍ରା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri