Posted inଜାତୀୟ

ଡାକ୍ତର ବଳାତ୍କାର-ହତ୍ୟା ଘଟଣାରେ ମମତାଙ୍କ ଉପରେ ବର୍ଷିଲା ଜେଡିୟୁ, କହିଲେ ମରିଯାଇଛି…

କୋଲକାତା,୧୬।୮: କୋଲକାତାର ଆର.ଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାରେ ରାଜନୀତି ସରଗରମ ରହିଛି। ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ ଭବନରେ ପହଞ୍ଚିଥିଲେ। ହେଲେ ଏଠାରେ ସେ ଚା’ପାର୍ଟି ପରେ ସେ ଭାଜପା ଏବଂ ବାମପନ୍ଥୀ ଦଳକୁ ଟାର୍ଗେଟ କରିଛନ୍ତି।

ତାଙ୍କର ଏହି ବିବୃତ୍ତି ଉପରେ ଜେଡିୟୁ ନେତା କେସି ତ୍ୟାଗୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ କାଉଣ୍ଟର କରିଛନ୍ତି। ସେ କହିଛନ୍ତି , ମମତାଙ୍କର ନାରୀ ସମ୍ବେଦନଶୀଳତା ମରିଯାଇଛି। ମମତାଙ୍କ ବୟାନକୁ ଯେତେ ନିନ୍ଦା କରାଯିବ ସେତେ କମ୍‌ ହେବ। ସେ ଆଉ ମୁଖ୍ୟମନ୍ତ୍ରୀଙ୍କ ପରି ଏକ ଗୁରୁତ୍ୱପୂର୍ଣ୍ଣ ପଦ ପାଇଁ ଯୋଗ୍ୟ ନୁହଁନ୍ତି, ତାଙ୍କର ନାରୀ ସମ୍ବେଦନଶୀଳତା ମରିଯାଇଛି।

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଭଙ୍ଗାରୁଜା ଘଟଣାରେ ବିରୋଧୀ ଦଳର ସମ୍ପୃକ୍ତି ଥିବା ଅଭିଯୋଗ କରି ସେ କହିଛନ୍ତି, ମୁଁ ଛାତ୍ରମାନଙ୍କୁ ଦାୟୀ କରିବି ନାହିଁ। ବାମ ଏବଂ ରାମ ଏକାଠି ହୋଇ ଏହି ଘଟଣା ଭିଆଇଛନ୍ତି। ଘଟଣାଟି ଅତ୍ୟନ୍ତ ଦୁର୍ଭାଗ୍ୟଜନକ, ତଥାପି ଆମେ କହୁଛୁ ଫାଶୀ ହେବା ଉଚିତ। ମୁଁ ଏବଂ ବଙ୍ଗଳାବାସୀ ପୀଡିତାଙ୍କ ପରିବାର ସହିତ ଅଛନ୍ତି। ଏହା ଏକ ବଡ ଅପରାଧ, ଏହାର ଏକମାତ୍ର ଦଣ୍ଡ ହେଉଛି ମୃତ୍ୟୁଦଣ୍ଡ, ଯଦି ଅପରାଧୀକୁ ଫାଶୀ ଦିଆଯାଏ ତେବେ ଲୋକମାନେ ଏଥିରୁ ଶିକ୍ଷା ଗ୍ରହଣ କରିବେ କିନ୍ତୁ କୌଣସି ନିରୀହ ବ୍ୟକ୍ତିଙ୍କୁ ଦଣ୍ଡ ଦିଆଯିବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?