Posted inଜାତୀୟ

ଆରଜେଡିରେ ବିଲୟ ହେବ ଜେଡିୟୁ: ସୁଶୀଲ ମୋଦି..

ପାଟନା,୨୦।୬ : ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ସୁଶୀଲ କୁମାର ମୋଦି ଦାବି କରିଛନ୍ତି ଜେଡିୟୁ ବିଲୟ ଆରଜେଡିରେ ହେବ । ଜେଡିୟୁରେ ଏବେ ଆଶା ଆଶଙ୍କା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କ୍ରମାଗତ ଭାବେ ଦୁର୍ବଳ ହେବାରେ ଲାଗିଛନ୍ତି। ତେଣୁ ତାଙ୍କ ଦଳର ବିଲୟ ଆରଜେଡି ସହିତ ନିଶ୍ଚିତ ହୋଇଛି। ଜେଡିୟୁର ୬ରୁ ଅଧିକ ଏମପି ଭାଜପା ସହ ଯୋଗାଯୋଗରେ ଅଛନ୍ତି। ଆରଜେଡି ସହିତ ବିଲୟ ହେବାର ଆଶଙ୍କା ମଧ୍ୟରେ ସେମାନେ ତାଙ୍କ ଭବିଷ୍ୟତକୁ ସୁରକ୍ଷିତ ମଣୁ ନାହାନ୍ତି।

ଜୁନ ୨୩ ରେ ପାଟନାରେ ହେବାକୁ ଥିବା ବିରୋଧୀଙ୍କ ସାଧାରଣ ସଭା ସମ୍ପର୍କରେ ସୁଶୀଲ ମୋଦି କହିଛନ୍ତି , ଏସବୁ ଦଳଗୁଡ଼ିକର ଜନସାଧାରଣ ଲୋକଙ୍କ ସହ କୌଣସି ସମ୍ପର୍କ ନାହିଁ। ସେ କହିଛନ୍ତି ଯଦିଓ ଏହି ସବୁ ଦଳ ବିରୋଧୀ ଏକତା ବିଷୟରେ କହୁଛନ୍ତି, କିନ୍ତୁ ଯେତେବେଳେ ରାଜ୍ୟର ଅନ୍ୟ ଦଳମାନଙ୍କୁ ସେମାନଙ୍କ ପ୍ରଭାବରେ ଆସନ ଦେବା କଥା ଉଠିବ ସେତେବେଳେ ସେମାନଙ୍କର ବାସ୍ତବତା ସାମ୍ନାକୁ ଆସିବ। ଗୋଟିଏ ପଟେ ସେମାନେ ବିରୋଧୀ ଏକତା ବିଷୟରେ କହୁଛନ୍ତି, ଅନ୍ୟପଟେ ବିରୋଧୀ ଦଳ ପରସ୍ପରକୁ ଦୁର୍ବଳ କରିବା ପାଇଁ କୌଣସି ସୁଯୋଗ ହାତ ଛଡା କରୁ ନାହାନ୍ତି। ଗଣତନ୍ତ୍ର ଏବଂ ସମାଜ ସହିତ ସେମାନଙ୍କର ସମ୍ପର୍କ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri