Posted inଜାତୀୟ

ପ୍ରାର୍ଥୀଙ୍କ ବିଶ୍ୱାସ ଗର୍ଭସ୍ଥ ସନ୍ତାନ ଦେବ ବିଜୟ

ପାଟନା,୧୮ ।୧୦: ବିହାର ବିଧାନସଭା ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ସବୁ ପ୍ରାର୍ଥୀ ବିଜୟ ଲକ୍ଷ୍ୟ ହାସଲରେ ଲାଗି ପଡିଛନ୍ତି । ଏତିକିବେଳେ ଜେଡିୟୁର ଜଣେ ମହିଳା ପ୍ରାର୍ଥୀ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଶୁଷୁମ୍ଲତା କୁଶାବାହା ଗର୍ଭବତୀ ହୋଇ ବି ନିର୍ବାଚନ ମଇଦାନକୁ ଓହ୍ଲାଇବା ସମସ୍ତଙ୍କ ଭୃକୁଞ୍ଚନ ସୃଷ୍ଟି କରିଛି । ଶୁଷୁମ୍ଲତା ଏବେ ୯ ମାସର ଗର୍ଭବତୀ । ଯେ କୌଣସି ସମୟରେ ସେ ମା’ ହୋଇପାରନ୍ତି । ହେଲେ ଏହାରି ଭିତରେ ବି ସେ ନିର୍ବାଚନ ପ୍ରଚାର କାର୍ଯ୍ୟରେ ଯୋଗ ଦେଉଛନ୍ତି । ସେ କହିଛନ୍ତି ଗର୍ଭସ୍ଥ ସନ୍ତାନ ମୋତେ ବିଜୟ ଦେବ । ଗର୍ଭରେ ବଢୁଥିବା ଶିଶୁ ମୋର ଦୁର୍ବଳତା ନୁହେଁ ବରଂ ମହାଭାରତର ଅଭିମନ୍ୟୁଙ୍କ ଭଳି ବିହାର ନିର୍ବାଚନ ମହାଭାରତରେ ସେ ମୋତେ ସହଯୋଗ କରୁଛି । ସୂଚନାଯୋଗ୍ୟ, ବିହାର ଭୋଜପୁର ଜିଲା ଜଗଦିଶପୁର ବିଧାନସଭା ଆସନରୁ ଏନ୍‌ଡିଏ ପକ୍ଷରୁ ଜେଡିୟୁ ଶୁଷୁମ୍ଲତାଙ୍କୁ ପ୍ରାର୍ଥୀ କରିଛି । ଏଠାରେ ପ୍ରଥମ ପର୍ଯ୍ୟାୟରେ ମତଦାନ ହେବ । ତେଣୁ ଏବେ ସେ ପ୍ରଚାର କାର୍ଯ୍ୟରେ ଲାଗି ପଡିଛନ୍ତି । ତାଙ୍କର ସାହସ ଓ ଧୈର୍ଯ୍ୟକୁ ଦେଖି ସାଧାରଣ ଜନତା ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଶୁଷୁମ୍ଲତା କହିଛନ୍ତି, ମୁଁ ଯେଉଁଠାରୁ ନିର୍ବାଚନ ଲଢୁଛି ତାହା ଆନ୍ଦୋଳନକାରୀଙ୍କ ମାଟି । ଏଠାରୁ ବାବୁ ବୀର କୁବେର ସିଂ ଓ ଲକ୍ଷ୍ମୀବାଇ ମୋର ଆଦର୍ଶ । ସେମାନେ ଯଦି ପରାଜୟକୁ ସ୍ୱୀକାର କରି ନ ଥିଲେ ମୁଁ କାହିଁକି କରିବି ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri