ଆଜିଠୁ ଜେଇଇ ମେନ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ୍‌) ଆରମ୍ଭ ହେଉଛି। ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଚଳିତବର୍ଷ ରାଜ୍ୟର ମୋଟ ୭ ସହରରେ ୨୬ଟି କେନ୍ଦ୍ର କରାଯାଇଥିବାବେଳେ ପ୍ରାୟ ୩୭ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏହି କେନ୍ଦ୍ରଗୁଡ଼ିକ ମଧ୍ୟରୁ ଭୁବନେଶ୍ୱରରେ ୬ଟି ରହିଥିବାବେଳେ କଟକରେ ୪, ବାଲେଶ୍ୱର ୫, ବ୍ରହ୍ମପୁର ୪, ସମ୍ବଲପୁର ୪, ଢେଙ୍କାନାଳ ୨, ରାଉରକେଲାରେ ଗୋଟିଏ ପରୀକ୍ଷା କେନ୍ଦ୍ର ରହିଛି। ତେବେ ପରୀକ୍ଷା ସୁପରିଚାଳନା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି। କୋଭିଡ୍‌ ମହାମାରୀ ଯୋଗୁ ଛାତ୍ରୀଛାତ୍ରଙ୍କ ପରୀକ୍ଷା କେନ୍ଦ୍ରକୁ ଯିବା ଆସିବାରେ ଅସୁବିଧା ଯେପରି ନ ହେବ ସେଥିପାଇଁ ଗୁରୁତ୍ୱ ଦିଆଯାଇଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୭ ପର୍ଯ୍ୟନ୍ତ ପରୀକ୍ଷାର୍ଥୀଙ୍କ ଯାତାୟାତ ଉପରେ କଟକଣା ହଟାଯାଇଛି। ସ୍ବତନ୍ତ୍ର ବସ୍‌ ଜରିଆରେ ନୋଡାଲ ଅଫିସରଙ୍କ ତଦାରଖରେ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା କେନ୍ଦ୍ରକୁ ପଠାଇବାର ବ୍ୟବସ୍ଥା କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ମୋବାଇଲ ଟିମ୍‌, ପୋଲିସ ଟିମ୍‌, ସାନିଟାଇଜିଂ ବ୍ୟବସ୍ଥା କରାଯିବ। ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକଙ୍କ ରହିବା ଓ ଖାଇବା ପାଇଁ ହୋଟେଲ ବ୍ୟବସ୍ଥା ନିମନ୍ତେ ଓଡ଼ିଶା ହୋଟେଲ ଓ ରେସ୍ତୋରାଁ ସଂଘ ଅଧ୍ୟକ୍ଷକଙ୍କ ସହ ପୁରୀ, ସମ୍ବଲପୁର ଓ ରାଉରକେଲା ହୋଟେଲ ସଂଘକୁ ପର୍ଯ୍ୟଟନ ବିଭାଗ ଚିଠି ଲେଖିଛି। ସେହିଭଳି ପିଲାଙ୍କ ସ୍ବାସ୍ଥ୍ୟ ଓ ପରୀକ୍ଷା ସମ୍ପର୍କିତ ସମସ୍ୟାର ସମାଧାନ କରାଯିବ। ପରୀକ୍ଷା କେନ୍ଦ୍ର ବାହାରେ ଭିଡ଼କୁ ଏଡ଼ାଇବା ପାଇଁ ମାଇକ୍‌ ଯୋଗେ ଲୋକଙ୍କୁ ସଚେତନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri