ଆଜି ସରିବ ଜେଇଇ ମେନ୍‌ ସେସନ-୨ ଆବେଦନ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୩ ସେସନ-୨ ଆବେଦନ ପ୍ରକ୍ରିୟା ରବିବାର ଶେଷ ହେବ। ଇଚ୍ଛୁକ ଛାତ୍ରୀଛାତ୍ର ରବିବାର ରାତି ୯ଟା ସୁଦ୍ଧା ଅଫିସିଆଲ ୱେବ୍‌ସାଇଟ୍‌ jeemain.nta.nic.inରେ ନାମ ପଞ୍ଜୀକରଣ କରିପାରିବେ। ସେହିପରି ରବିବାର ରାତି ୧୧ଟା ମଧ୍ୟରେ ଫି’ ଦାଖଲ କରିବାକୁ ହେବ। ଯେଉଁ ଛାତ୍ରୀଛାତ୍ର ସେସନ-୧ରେ ଆବେଦନ କରିଥିଲେ, ସେମାନଙ୍କୁ ଆଉଥରେ ନାମ ପଞ୍ଜୀକରଣ କରିବାକୁ ପଡ଼ିବ ନାହିଁ।
ସୂଚନାଯୋଗ୍ୟ, ଜେଇଇ ମେନ୍‌ ସେସନ-୨ ଏପ୍ରିଲ ୬ରୁ ଆରମ୍ଭ ହୋଇ ୧୨ରେ ଶେଷ ହେବ। ଏଥିପାଇଁ ଆବେଦନ ପ୍ରକ୍ରିୟା ଗତ ଫେବୃୟାରୀ ୧୫ରୁ ଆରମ୍ଭ ହୋଇଥିଲା। ଯେଉଁମାନେ ଜେଇଇ ମେନ୍‌ କ୍ଲିୟର କରିବେ ସେମାନେ ଜେଇଇ ଆଡ୍‌ଭାନ୍ସଡ୍‌ ପରୀକ୍ଷା ଦେବା ପାଇଁ ଯୋଗ୍ୟ ବିବେଚିତ ହେବେ। ଜେଇଇ ଆଡ୍‌ଭାନ୍ସଡ ୨୦୨୩ ପାଇଁ ଏପ୍ରିଲ ୩୦ରୁ ମେ’ ୪ ପର୍ଯ୍ୟନ୍ତ ଆବେଦନ ହେବ। ମେ’ ୨୯ରୁ ଜୁନ୍‌ ୪ ମଧ୍ୟରେ ଛାତ୍ରୀଛାତ୍ରମାନେ ଆଡ୍‌ମିଟ କାର୍ଡ ଡାଉନଲୋଡ୍‌ କରିପାରିବେ। ଜୁନ୍‌ ୪ରେ ଜେଇଇ ଆଡ୍‌ଭାନ୍ସଡ୍‌ ପରୀକ୍ଷା ହେବ। ପେପର-୧ ସକାଳ ୯ଟାରୁ ଅପରାହ୍ନ ୧୨ଟା ଏବଂ ପେପର-୨ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri