ଜେଇଇ ମେନ୍‌ ଆରମ୍ଭ

ଭୁବନେଶ୍ୱର, ୨।୯(ବ୍ୟୁରୋ)- କରୋନା କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ୍‌ ଆରମ୍ଭ ହୋଇଛି। ଦେଶରେ ୯ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବାବେଳେ ଓଡ଼ିଶାର ୭ ସହରରେ ହୋଇଥିବା ୨୬ଟି ପରୀକ୍ଷା କେନ୍ଦ୍ରରେ ୩୮ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ପ୍ରଥମ ସିଟିଂ ସକାଳ ୯ଟାରୁ ଆରମ୍ଭ ହୋଇ ଅପରାହ୍ନ ୧୨ଟାରେ ଶେଷ ହୋଇଥିଲା। ଦ୍ୱିତୀୟ ସିଟିଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିଥିଲା। ନିୟମାନୁସାରେ ପରୀକ୍ଷା ଆରମ୍ଭର ଦୁଇଘଣ୍ଟା ପୂର୍ବରୁ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ଥିଲେ। ପରୀକ୍ଷା କେନ୍ଦ୍ର ଭିତରକୁ ପ୍ରବେଶ କରିବା ପୂର୍ବରୁ ଛାତ୍ରୀଛାତ୍ରଙ୍କ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ମାସ୍କ ଓ ସାନିଟାଇଜର ବାଧ୍ୟତାମୂଳକ କରାଯାଇଥିଲା। ଉଭୟ ସେଣ୍ଟର ବାହାରେ ଓ ଭିତରେ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଥିଲା।
ସେପଟେ ଏହିଭଳି ପରିସ୍ଥିତିରେ ପରୀକ୍ଷା ଦେଇପାରିଥିବାରୁ ଛାତ୍ରୀଛାତ୍ରମାନେ ଖୁସିବ୍ୟକ୍ତ କରିବା ସହ ନୂଆ ଅନୁଭୂତି ସାଉଣ୍ଟିଛନ୍ତି। ପ୍ରଥମଥର ପାଇଁ ସେମାନେ ମାସ୍କ ପିନ୍ଧି, ସାନିଟାଇଜର ବ୍ୟବହାର କରିବା ସହିତ ସାମାଜିକ ଦୂରତ୍ୱ ବଜାୟ ରଖି ପରୀକ୍ଷା ଦେଇଛନ୍ତି। ପରୀକ୍ଷା ସୁପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ବ୍ୟବସ୍ଥାକୁ ମଧ୍ୟ ଛାତ୍ରୀଛାତ୍ର ପ୍ରଶଂସା କରିଛନ୍ତି। ତେବେ ପରୀକ୍ଷା ପୂର୍ବରୁ ଯେପରି ଚିନ୍ତା ଥିଲା, ତାହା ଏବେ ଦୂର ହୋଇଯାଇଛି ବୋଲି ଅଧିକାଂଶ ଛାତ୍ରଛାତ୍ର କହିଛନ୍ତି। କରୋନା ମହାମାରୀ ଯୋଗୁ ଦୁଇଥର ପରୀକ୍ଷା ସ୍ଥଗିତ କରାଯାଇଥିଲା। ତେବେ ଶେଷରେ ପୂରା ନିୟମାବଳୀ ପାଳନ କରି ମଙ୍ଗଳବାରଠାରୁ ସାରା ଦେଶରେ ପରୀକ୍ଷା ଆରମ୍ଭ ହୋଇଛି। ଓଡ଼ିଶାରେ ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ଓ ଢେଙ୍କାନାଳ ସହରରେ ପରୀକ୍ଷା ହେଉଛି। ଭୁବନେଶ୍ୱରରେ ୬ଟି ପରୀକ୍ଷା କେନ୍ଦ୍ର ଥିବାବେଳେ କଟକରେ ୪ଟି, ବାଲେଶ୍ୱର ୫, ବ୍ରହ୍ମପୁର ୪, ସମ୍ବଲପୁର ୪, ଢେଙ୍କାନାଳ ୨, ରାଉରକେଲାରେ ଗୋଟିଏ ପରୀକ୍ଷା କେନ୍ଦ୍ର କରାଯାଇଛି। ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ରହଣି ପାଇଁ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି। ଏହି ପରୀକ୍ଷା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri