ଜେଇଇ ମେନ୍‌: ୨୦ରୁ ତୃତୀୟ, ୨୭ରୁ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା

ଭୁବନେଶ୍ୱର, ୭।୭(ବ୍ୟୁରୋ):ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)ଦ୍ୱାରା ପରିଚାଳିତ ଜେଇଇ ମେନ୍‌ର ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଏପ୍ରିଲ୍‌ ଓ ମେ’ ମାସରେ ସ୍ଥଗିତ ହୋଇଥିବା ଏହି ପରୀକ୍ଷା ଜୁଲାଇ ଓ ଅଗଷ୍ଟରେ ଅନୁଷ୍ଠିତ ହେବ। ଏ ନେଇ ମଙ୍ଗଳବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ୍‌ ନିଶଙ୍କ ଘୋଷଣା କରିଛନ୍ତି। ଜେଇଇ ମେନ୍‌ ପରୀକ୍ଷାର ତୃତୀୟ ସେସନ୍‌ ଜୁଲାଇ ୨୦ରୁ ୨୫ ତାରିଖ ଯାଏ ଏବଂ ଚତୁର୍ଥ ସେସନ୍‌ ଜୁଲାଇ ୨୭ରୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କରୋନା ଯୋଗୁ ଯେଉଁ ଛାତ୍ରୀଛାତ୍ରମାନେ ଆବେଦନ କରିପାରି ନ ଥିଲେ, ସେମାନଙ୍କ ପାଇଁ ଆଉଥରେ ସୁଯୋଗ ଦିଆଯାଇଛି। ତୃତୀୟ ସେସନ୍‌ ପାଇଁ ଜୁଲାଇ ୬ରୁ ୮ ତାରିଖ ଏବଂ ଚତୁର୍ଥ ସେସନ୍‌ ଲାଗି ଜୁଲାଇ ୯ରୁ ୧୨ ତାରିଖ ଭିତରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଏହି ସମୟରେ ପୂର୍ବରୁ ଆବେଦନ କରିଥିବା ପ୍ରାର୍ଥୀମାନେ ନିଜ ପସନ୍ଦର ପରୀକ୍ଷା କେନ୍ଦ୍ର ବଦଳାଇପାରିବେ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଜେଇଇ ମେନ୍‌ ୨୦୨୧ର ୪ଟି ପର୍ଯ୍ୟାୟରେ ପରୀକ୍ଷା ହେବାର ଥିଲା। ପୂର୍ବରୁ ଦୁଇଟି ସେସନ୍‌ ଫେବୃୟାରୀ ଓ ମାର୍ଚ୍ଚରେ ପରୀକ୍ଷା ହୋଇସାରିଛି। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୩ରୁ ୨୬ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୬ରୁ ୧୮ ତାରିଖ ଯାଏ ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ୬,୨୦,୯୭୮ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୫,୫୬,୨୪୮ ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ। ତୃତୀୟ ପର୍ଯ୍ୟାୟ ପରୀକ୍ଷା ଏପ୍ରିଲ ୨୭, ୨୮, ୩୦ ଏବଂ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ମେ’ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ହେବା ପାଇଁ ସ୍ଥିର ହୋଇଥିଲା। କିନ୍ତୁ କରୋନା ଯୋଗୁ ଏପ୍ରିଲ ଓ ମେ’ ସେସନ୍‌ ପରୀକ୍ଷାକୁ ଏନ୍‌ଟିଏ ସ୍ଥଗିତ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri