ଜେଇଇ ମେନ୍‌: ୨୦ରୁ ତୃତୀୟ, ୨୭ରୁ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା

ଭୁବନେଶ୍ୱର, ୭।୭(ବ୍ୟୁରୋ):ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)ଦ୍ୱାରା ପରିଚାଳିତ ଜେଇଇ ମେନ୍‌ର ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଏପ୍ରିଲ୍‌ ଓ ମେ’ ମାସରେ ସ୍ଥଗିତ ହୋଇଥିବା ଏହି ପରୀକ୍ଷା ଜୁଲାଇ ଓ ଅଗଷ୍ଟରେ ଅନୁଷ୍ଠିତ ହେବ। ଏ ନେଇ ମଙ୍ଗଳବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ୍‌ ନିଶଙ୍କ ଘୋଷଣା କରିଛନ୍ତି। ଜେଇଇ ମେନ୍‌ ପରୀକ୍ଷାର ତୃତୀୟ ସେସନ୍‌ ଜୁଲାଇ ୨୦ରୁ ୨୫ ତାରିଖ ଯାଏ ଏବଂ ଚତୁର୍ଥ ସେସନ୍‌ ଜୁଲାଇ ୨୭ରୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କରୋନା ଯୋଗୁ ଯେଉଁ ଛାତ୍ରୀଛାତ୍ରମାନେ ଆବେଦନ କରିପାରି ନ ଥିଲେ, ସେମାନଙ୍କ ପାଇଁ ଆଉଥରେ ସୁଯୋଗ ଦିଆଯାଇଛି। ତୃତୀୟ ସେସନ୍‌ ପାଇଁ ଜୁଲାଇ ୬ରୁ ୮ ତାରିଖ ଏବଂ ଚତୁର୍ଥ ସେସନ୍‌ ଲାଗି ଜୁଲାଇ ୯ରୁ ୧୨ ତାରିଖ ଭିତରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଏହି ସମୟରେ ପୂର୍ବରୁ ଆବେଦନ କରିଥିବା ପ୍ରାର୍ଥୀମାନେ ନିଜ ପସନ୍ଦର ପରୀକ୍ଷା କେନ୍ଦ୍ର ବଦଳାଇପାରିବେ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଜେଇଇ ମେନ୍‌ ୨୦୨୧ର ୪ଟି ପର୍ଯ୍ୟାୟରେ ପରୀକ୍ଷା ହେବାର ଥିଲା। ପୂର୍ବରୁ ଦୁଇଟି ସେସନ୍‌ ଫେବୃୟାରୀ ଓ ମାର୍ଚ୍ଚରେ ପରୀକ୍ଷା ହୋଇସାରିଛି। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୩ରୁ ୨୬ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୬ରୁ ୧୮ ତାରିଖ ଯାଏ ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ୬,୨୦,୯୭୮ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୫,୫୬,୨୪୮ ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ। ତୃତୀୟ ପର୍ଯ୍ୟାୟ ପରୀକ୍ଷା ଏପ୍ରିଲ ୨୭, ୨୮, ୩୦ ଏବଂ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ମେ’ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ହେବା ପାଇଁ ସ୍ଥିର ହୋଇଥିଲା। କିନ୍ତୁ କରୋନା ଯୋଗୁ ଏପ୍ରିଲ ଓ ମେ’ ସେସନ୍‌ ପରୀକ୍ଷାକୁ ଏନ୍‌ଟିଏ ସ୍ଥଗିତ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri