କାଠ ବୋଝେଇ ଜିପ୍‌ ଜବତ : ଗାଡ଼ି ଛାଡ଼ି ପଳାଇଲେ ଚାଳକ

କେନ୍ଦୁଝର,୨୯।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ରାଇସୁଆଁ ନିକଟରୁ ବନ ବିଭାଗ ଏକ ଚୋରା କାଠ ବୋଝେଇ ଜିପ୍‌ ଜବତ କରିଛି। ଏହି ଜିପ୍‌ ଝାଡଖଣ୍ଡ ଅଞ୍ଚଳରୁ ଚମ୍ପୁଆ ଦେଇ ଆସୁଥିବା ବେଳେ ବନ ବିଭାଗ କର୍ମଚାରୀ ରାଇସୁଆଁ ନିକଟରେ ପିଛା କରିଥିଲେ। ଦୃତଗତିରେ ଯାଉଥିବା ଜିପ୍‌କୁ ପିଛା କରିବା ବେଳେ ବନ ବିଭାଗ ଜିପ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଭୟରେ ଜିପ୍‌ ଚାଳକ ରାଇସୁଆଁ ସାହି ଭିତରକୁ ଜିପକୁ ପୁରାଇ ଅଧାରାସ୍ତାରେ ଛାଡ଼ି ଫେରାର ହୋଇ ଗଲା। ପିଛା କରୁଥିବା ବନ ବିଭାଗ କର୍ମଚାରୀ କାଠ ବୋଝେଇ ଜିପ୍‌ଟିକୁ ଜବତ କରି ଅଫିସକୁ ଆଣିଥିଲେ। ଏହି ଚୋରା କାଠ ଜବତ କରିବା ସହ ଗାଡ଼ି ମାଲିକ ଓ ମାଫିଆ ମାନଙ୍କୁ ଚିହ୍ନଟ କରାଯାଉଛି ବୋଲି ରେଞ୍ଜ ଅଧିକାରୀ ବିଜୟ କୁମାର ମହାନ୍ତ ସୂଚନା ଦେଇଛନ୍ତି। ଏହି ଚଢାଉ ବେଳେ ଫରେଷ୍ଟର ପ୍ରଦୀପ କୁମାର ବାରିକ, ଫରେଷ୍ଟ ଗାର୍ଡ ସୁବ୍ରତ ପାତ୍ର, ଫରେଷ୍ଟର ପଳାଶପଙ୍ଗା, ଜୟକୃଷ୍ଣ ଦାସ, ବୁଲୁ ନାହାକ ସାମିଲ ହୋଇଥିଲେ। ଏହି କାଠ ଘଟଗାଁ ଥାନା ସାନ୍ତରାପୁର ଗ୍ରାମକୁ ଯାଉଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri