ଜିରା ନଦୀ ପୋଲରେ ଗର୍ତ୍ତ, ବଢୁଛି ଦୁର୍ଘଟଣା

ଭେଡ଼େନ,୧୧ା୮(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅର୍ନ୍ତଗତ ତଥା ଗୋଡ଼ଭଗା-ସୋନପୁର ୫୪ ନମ୍ବର ରାଜ୍ୟ ରାଜପଥର ଗଣ୍ଡତୁରୁମ ଜୀରା ନଦୀ ପୋଲ ଛାତରେ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଆବଶ୍ୟକ ମରାମତି ଅଭାବରୁ ସେହି ଗର୍ତ୍ତଗୁଡ଼ିକ ଗଭୀର ହୋଇଛାତର ସେନ୍ଟ୍ରିଂ ଲୁହା ଛଡ଼ ବାହାରକୁ ବାହାରି ପଡ଼ିଛି। ଅପରପକ୍ଷେ ଉକ୍ତ ଗର୍ତ୍ତରେ ପାଣି ଜମି ରହୁଥିବାରୁ ଗାଡ଼ି ଗୁଡ଼ିକ ଜାଣି ନପାରି ଲୋକେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଏପରିକି ବିଗତ ଦୁଇ ବର୍ଷ ମଧ୍ୟରେ ଏଠାରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ବାଇକ୍‌ ଆରେହୀ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ଏ ନେଇ ପୂର୍ତ୍ତ ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ ବି କୌଣସି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଉ ନାହିଁ ।
ବରଗଡ଼ ଜିଲାର ସୀମାନ୍ତରେ ଅବସ୍ଥିତ ପୋଲଟି ସିଧାସଳଖ ପଡ଼େଶୀ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର ସମେତ ଜଗନ୍ନାଥ ରୋଡ଼ ଦେଇ ପୁରୀ, କଟକ, ନୟାଗଡ଼, ଖୋର୍ଦ୍ଦା ଆଦି ଜିଲାକୁ ସଂଯୋଗ କରୁଛି । ଏହି ରାସ୍ତା ଦେଇ ପ୍ରତ୍ୟହ ଶହଶହ ମାଲବୋଝେଇ ଟ୍ରକ, ଟ୍ୟାଙ୍କର, ଯାତ୍ରୀବାହୀ ବସ ବ୍ରହ୍ମପୁର, ଭୁବନେଶ୍ୱର, କଟକକୁ ୟାତାୟତ କରୁଛି। ସୂଚନାଯୋଗ୍ୟ ଯେ, ମହାନଦୀ ଓ ଜୀରାନଦୀର ସଙ୍ଗମସ୍ଥଳର ମାତ୍ର ୧ କିଲୋମିଟର ଦୂରତାରେ ଏହି ପୋଲ ରହିଛି। ତେବେ ବର୍ଷାଦିନେ ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେଲେ ଜୀରାନଦୀର ପଛୁଆ ପାଣି ଉପରକୁ ଫୁଲି ଉଠି ପୋଲ ଉପରେ ପ୍ରବାହିତ ହୋଇଥାଏ। ଏପରିକି ଏହି ରାସ୍ତା ଦେଇ ୟାତାୟାତ ବିଛିନ୍ନ ହୋଇଥାଏ । ବନ୍ୟାପରେ ପୋଲର ବାଡ଼ ଭାଙ୍ଗି ଛାତକୁ ଦୁର୍ବଳ କରିଥାଏ। ପରେ ଲୋକଦେଖାଣିଆ ଭଳି ପୂର୍ତ୍ତ ବିଭାଗ ଏହାକୁ ଥୁକ୍‌ପାଲିସ ଆକାରରେ ମରାମତି କରାଯାଇଥାଏ। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ଉପଖଣ୍ଡ ଅଧିକାରୀ ଶତୃଘ୍ନ କାଲୋଙ୍କୁ ପଚାରିବାରୁ, ମୋ ପାଖରେ କୌଣସି ସୂଚନା ନାହିଁ । ତେବେ ଖୁବ ଶୀଘ୍ର ମରାମତି କରାଯିବ ବୋଲି ଏସଡ଼ିଓ କାଲୋ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri