କଙ୍କାଳ ଧରି ଜିତୁ ମୁଣ୍ଡା ବ୍ୟାଙ୍କ ଯିବା ଘଟଣା, ପ୍ରାଥମିକ ତଦନ୍ତ ପରେ ଏଭଳି କହିଲେ ଉତ୍ତରାଞ୍ଚଳ RDC

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଂଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କାଲାରା ମୁଣ୍ଡାଙ୍କ କଙ୍କାଳ ଖୋଳି ବ୍ୟାଙ୍କକୁ ନେଇ ଯିବା ଘଟଣା କେବଳ ରାଜ୍ୟ ନୁହେଁ ସାରା ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ମଲ୍ଲି ପୋଷି ଓଡିଶା ଗ୍ରାମୀଣ ବ୍ୟାଙ୍କ୍ ଗ୍ରିଲ ସମ୍ମୁଖରେ ରଖିବା ପରେ ମଙ୍ଗଳବାର ପ୍ରଶାସନ ତରଫରୁଜମା ଟଙ୍କା ସହ ସହ ରେଡକ୍ରସରୁ ଆର୍ଥିକ ସହାୟତାଯୋଗାଇ ଦିଆଯାଇଥିଲା ।

ଗୁରୁବାର ଉତ୍ତରାଞ୍ଚଳ ଆରଡିସି ସଂଗ୍ରାମ କେଶରୀ ମହାପାତ୍ର, ଜିଲାପାଳ ବିଶାଲ ସିଂଙ୍କ ସହ ପହଞ୍ଚି ଜିତୁ ମୁଣ୍ଡାଙ୍କ ସହ ଆଲୋଚନା କରିବା ପରେ ମଲ୍ଲି ପୋଷି ଓଡିଶା ଗ୍ରାମୀଣ ବ୍ୟାଙ୍କରେ ତଦନ୍ତ କରିଥିଲେ । ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଓ ପାଟଣା ଥାନା ତଦନ୍ତ ପରେ ତାଙ୍କ ପ୍ରତିକ୍ରିୟାରେ ପ୍ରାଥମିକ ଅନୁସନ୍ଧାନରେ ବ୍ୟାଙ୍କ କର୍ତ୍ତୃପକ୍ଷ, ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକର୍ମଚାରୀ, ପାଟଣା ଥାନା କର୍ମଚାରୀଙ୍କୁ ଦାୟୀକରିଛନ୍ତି । ସେ ଏନେଇ ସରକାରଙ୍କୁ ରିପୋର୍ଟ ଦେବେ ବୋଲି କହିଛନ୍ତି ।

ଆରଡିସିଙ୍କ ସହ କେନ୍ଦୁଝର ଜିଲାପାଳ ଵିଶାଲ ସିଂ, ଉପଜିଲାପାଳ ଉମାଶଙ୍କର ଦଳେଇ, ଅତିରିକ୍ତ ଜିଲାପାଳ ରବୀନ୍ଦ୍ର ପ୍ରଧାନ, ପାଟଣା ତହସିଲଦାର ଅଶ୍ଵିନୀ କୁମାର ନାଏକ ପ୍ରମୁଖ ଉପସ୍ଥିତ ଥିଲେ । ଆରଡିସିଙ୍କ ସହ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ନେତା ଜୟଦେବ ଜେନା ଦୃଷ୍ଟାନ୍ତ ମୂଳକ ପଦକ୍ଷପ ପାଇଁ ଆଲୋଚନା କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

ରାଜ୍ୟ ସରକାରଙ୍କ ବଡ଼ ଉପହାର! ୫୦ହଜାର ଛାତ୍ରୀଙ୍କୁ ଫ୍ରିରେ ମିଳିବ ସ୍କୁଟି; ଜାଣନ୍ତୁ କେମିତି ମିଳିବ ଲାଭ

ଲକ୍ଷ୍ନୌ,୧୭।୬: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ପଢ଼ୁଥିବା ଛାତ୍ରୀମାନଙ୍କ ପାଇଁ ଏକ ବହୁତ ବଡ଼ ଖୁସି ଖବର ଆସୁଛି। ରାଜ୍ୟର ପ୍ରାୟ ୫୦ ହଜାର ମେଧାବୀ…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ…

ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri