ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯାଇଥିଲେ । ଘଟଣା ଲୋକଲୋଚନକୁ ଆସିବା ପରେ ଜିତୁ ମୁଣ୍ଡା ଟଙ୍କା ପାଇଥିଲେ । କିନ୍ତୁ ଏବେ ମଧ୍ୟ ଜିତୁ ମୁଣ୍ଡା ଭଳି ଅନେକ ଲୋକ ଟଙ୍କା ଉଠାଣ କରିବା ପାଇଁ ନାନା ହଇରାଣ ହରକତ ହେଉଛନ୍ତି । ଏହିପରି ଏକ ଉଦାହରଣ ବଲାଙ୍ଗୀର ଜିଲାରେ ଏବେ ଦେଖାଯାଇଛି ।

ଜିଲାର ଦାଦନ ପ୍ରବଣ ଖପ୍ରାଖୋଲ ବ୍ଲକ ବେନ୍ଦେର ପଞ୍ଚାୟତ ସଦର ବେନ୍ଦେର ଗ୍ରାମରୁ ଏପରି ସାଂଘାତିକ ଅଭିଯୋଗ ଆସିଛି । ଗ୍ରାମରେ ବସବାସ କରୁଥିବା ଶ୍ୟାମ ଭଇଁସାଲଙ୍କ ସ୍ତ୍ରୀ ଡାଳିମ୍ବ ଭଇଁସାଲ ଗତ ୯ ମାସ ପୂର୍ବେ ମୃତ୍ୟୁ ବରଣ କଲେ । ସେହିପରି ୨ ବର୍ଷ ପୂର୍ବେ ଗୋବର୍ଦ୍ଧନ ଶାଣ୍ଢଙ୍କ ମା ସମାରି ଶାଣ୍ଢଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା । ଉଭୟ ମୃତାଙ୍କ ନାମରେ ଲାଠୋର ସେଣ୍ଟ୍ରାଲ ବ୍ୟାଙ୍କରେ ରହିଥିବା ଆକାଉଣ୍ଟରେ ଟଙ୍କା ଜମା ରହିଥିଲା । ଉକ୍ତ ଟଙ୍କା ଉଠାଣ ପାଇଁ ଶ୍ୟାମ ଏବଂ ଗୋବର୍ଦ୍ଧନ ବ୍ୟାଙ୍କରେ ଆବଶ୍ୟକ କାଗଜ ପତ୍ର ଦାଖଲ କରି ବାରମ୍ବାର ଦୌଡି ଥିଲେ ମଧ୍ୟ ତାଙ୍କୁ ବିଭିନ୍ନ ଆଳ ଦେଖାଇ ଟଙ୍କା ଦିଆଯାଉ ନଥିଲା । ଗଣ ମାଧ୍ୟମକୁ ଖବର ଆସିବାରୁ ବ୍ୟାଙ୍କ ଏହି ନିକଟରେ ମୃତା ଡାଳିମ୍ବଙ୍କ ୨୧ ହଜାର ଟଙ୍କା ତାଙ୍କ ସ୍ଵାମୀ ଶ୍ୟାମଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ସମାରିଙ୍କ ଆକାଉଣ୍ଟରେ ଥିବା ୧ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ପ୍ରଦାନ କରାଯାଉ ନାହିଁ ।

ପୁଅ ଗୋବର୍ଦ୍ଧନ ବ୍ୟାଙ୍କକୁ ଦୌଡି ନୟାନ୍ତ ହେଲା ପରେ ଏବେ ପ୍ରାୟ ୩ ମାସ ହେବ ସେ ବ୍ୟାଙ୍କକୁ ଆଉ ଯାଉ ନଥିବା ପ୍ରକାଶ କରିଛନ୍ତି । ଏନେଇ ଲାଠୋର ସେଣ୍ଟ୍ରାଲ ବ୍ୟାଙ୍କ ଶାଖା ପରିଚାଳକ ଦେବଦତ୍ତ ମିଶ୍ରଙ୍କୁ ପଚାରିବାରେ ମୁଁ ନୂଆ ହୋଇ ଯୋଗ ଦେଇଛି । ଘଟଣା ବିଷୟରେ ଜାଣି ନାହିଁ । ନୋମିନି ଆକାଉଣ୍ଟ ନଂ ଧରି ଶାଖାକୁ ଆସିଲେ ଆମେ ଟଙ୍କା ପ୍ରଦାନ ଦିଗରେ ପଦକ୍ଷେପ ଗ୍ରହଣ କରିବୁ ବୋଲି କହିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?