ସୁସ୍ଥ ହୋଇ ଫେରିଲେ ଗୁଳିରେ ଆହତ ଜୀବନ

ସମ୍ବଲପୁର,୮ା୨(ବ୍ୟୁରୋ): ଝାରସୁଗୁଡ଼ା ଜିଲା ଗାନ୍ଧୀ ଛକରେ ଗତ ୨୯ ତାରିଖରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ସମୟରେ ସ୍ଥାନୀୟ ବ୍ରଜରାଜନଗରର ଜୀବନ ନାଏକଙ୍କ ବେକରେ ଏକ ଗୁଳିି ବାଜିଥିଲା। ଘଟଣାର ୯ଦିନ ପରେ ବୁର୍ଲା ଭିମ୍‌ସାରରେ ଚିକିତ୍ସିତ ହେଉଥିବା ଜୀବନ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଫେରିବା ସମୟରେ ସେ ପ୍ରଥମେ ମା’ ସମଲେଇଙ୍କଠାରେ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ଜୀବନ କହିଥିଲେ, ସ୍ବାସ୍ଥ୍ୟମନ୍ତ୍ରୀ ଦାସ (ଦାଦା)ଙ୍କ ଗାଡି ଆସିବାକୁ ଅପେକ୍ଷା କରିଥିଲୁ। ଅଭିଯୁକ୍ତ ଗୋପାଳ ଦାସ ମଧ୍ୟ ସେଠାରେ ଥିଲେ। ଟ୍ରାଫିକ ସମସ୍ୟା ସୁଧାରିବାକୁ ଗୋପାଳଙ୍କୁ କହିଥିଲି। ସେ ଅନ୍ୟ କର୍ମଚାରୀ ଅଛନ୍ତି, ସମସ୍ୟା ଦୂର ହୋଇଯିବ ବୋଲି କହିଥିଲେ। ଏହା ପରେ ମନ୍ତ୍ରୀଙ୍କ କାର୍‌ ଆସିଥିଲା। ମନ୍ତ୍ରୀ ଓହ୍ଲାଇବା କ୍ଷଣି ତାଙ୍କ ପାଦ ଛୁଇଁ ମୁଣ୍ଡିଆ ମାରିଥିଲି। ଏହି ସମୟରେ କାନପାଖରେ ବୋମ ଫୁଟିବା ଭଳି ଶବ୍ଦ ହୋଇଥିଲା। ମୁଁ ଦୁଇପାଦ ପଛକୁ ଚାଲିଯାଇଥିଲି। ସେତେବେଳକୁ କାର୍‌ରୁ ବାହାରୁଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ହୋଇ ସାରିଥିଲା ଓ ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ବେହୋସ ହୋଇ ପଡିଥିଲେ। ମୋ ବେକ ପଛପଟେ ଗୁଳି ବାଜି ଅନ୍ୟ ପଟକୁ ବାହାରି ଯାଇଥିଲା। ଝାରସୁଗୁଡାରେ ପ୍ରାଥମିକ ଚିକିତ୍ସା ପରେ ମୋତେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସୂଚନାଥାଉ କି, ଜୀବନ ନାଏକଙ୍କ ପ୍ରକୃତ ଘର ଗଜପତି ଜିଲାର ପାରଳାଖେମୁଣ୍ଡି ଅଞ୍ଚଳରେ। ସେ ବ୍ରଜରାଜନଗର ଅଞ୍ଚଳରେ ରହି ଏକ ସୁରକ୍ଷା ସଂସ୍ଥାରେ କାର୍ଯ୍ୟ କରୁଛନ୍ତି। ପ୍ରାୟ ୮ ମାସ ପୂର୍ବରୁ ସେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସଂସ୍ପର୍ଶରେ ଆସିଥିଲେ। ମନ୍ତ୍ରୀଙ୍କୁ ଭେଟି ଦୁଃଖ କହିବା ପରେ ସେ ଚାକିରି କରାଇ ଦେଇଥିଲେ ବୋଲି ଜୀବନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri