ବିବାହ କଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ପୂର୍ବତନ ସ୍ତ୍ରୀ

ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ସ୍ତ୍ରୀ ମାକେଞ୍ଜି ସ୍କଟ ଜଣେ ଶିକ୍ଷକଙ୍କୁ ବିବାହ କରିଛନ୍ତି। ଆମେରିକାର ସିଏଟଲରେ ରହୁଥିବା ବିଜ୍ଞାନ ଶିକ୍ଷକ ଡନ ଜାଓ୍ବେଟଙ୍କୁ ନିଜ ଜୀବନସାଥୀ ଭାବେ ବାଛିଛନ୍ତି। ମ୍ୟାକେଞ୍ଜି ସ୍କଟ ଜଣେ ସମାଜସେବୀ ଭାବରେ ଜଣାଶୁଣା। ଜାଓ୍ବେଟ ମଧ୍ୟ ଜଣେ ସମାଜସେବକ ଭାବେ କାର୍ଯ୍ୟ କରନ୍ତି। ଜୁଲାଇ ୨୦୨୦ରେ, ସ୍କଟ ୧୧୬ ସ୍ବେଚ୍ଛାସେବୀ ସଂଗଠନକୁ ୧.୬୮ ଅରବ ଆମେରିକୀୟ ଡଲାର୍‌ ଦାନ କରିଥିଲେ। କରୋନା ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ଉଦ୍ଦେଶ୍ୟରେ ଏହି ଦାନ କରାଯାଇଥିଲା। ଯୁକ୍ତରାଷ୍ଟ୍ର ଆମେରିକାରେ ଦାନ କରୁଥିବା ବ୍ୟକ୍ତି ତାଲିକାରେ ସ୍କଟ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ପ୍ରଥମ ସ୍ଥାନରେ ଥିବାବେଳେ ତାଙ୍କର ପୂର୍ବତନ ସ୍ବାମୀ ଜେଫ ବେଜୋସ ଅଛନ୍ତି।
ଜେଫ ଏବଂ ମ୍ୟାକେଞ୍ଜିଙ୍କର ଚାରି ସନ୍ତାନ ଅଛନ୍ତି। ୧୯୯୩ରେ ମଉଭୟଙ୍କ ବିବାହ ହୋଇଥିଲା। ଏକ ବର୍ଷ ପରେ ଜେଫ ସିଏଟଲରେ ଥିବା ତାଙ୍କ ଗ୍ୟାରେଜରେ ଆମାଜନ ଆରମ୍ଭ କରିଥିଲେ। ୨୦୧୯ରେ ଉଭୟଙ୍କ ଛାଡପତ୍ର ହୋଇଥିଲା। ଏହା ପରେ ମ୍ୟାକେଞ୍ଜି ଦୁନିଆର ଚତୁର୍ଥ ଧନୀ ମହିଳା ହୋଇଥିଲେ। ଜେଫ ଏବଂ ମ୍ୟାକେଞ୍ଜିଙ୍କର ସବୁଠାରୁ ମହଙ୍ଗା ଛାଡପତ୍ର ପ୍ରକ୍ରିୟା ହୋଇଥିଲା। ମ୍ୟାକେଞ୍ଜି ଆମାଜନର ୩୮ ବିଲିୟନ ଡଲାର ଅଂଶଧନ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri