Posted inଖେଳ

ଜେମିମାଙ୍କ ଦମ୍‌ଦାର ଶତକ: ଅଷ୍ଟ୍ରେଲିଆକୁ ଧୂଳିଚଟେଇ ବିଶ୍ୱକପ୍‌ ଫାଇନାଲ୍‌ରେ ଭାରତ

ନଭୀ ମୁମ୍ବାଇ,୩୦ା୧୦- ଚଳିତ ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଭାରତ ଅଷ୍ଟ୍ରେଲିଆକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ଫଳରେ ତୃତୀୟଥର ଭାରତ ଦିନିକିଆ ବିଶ୍ୱକପ୍‌ର ଫାଇନାଲ୍‌କୁ ଯାଇଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ଫୋଏବେ ଲିଚ୍‌ଫିଲ୍ଡଙ୍କ ବିସ୍ଫୋରକ ଶତକ ବଳରେ ପ୍ରତିପକ୍ଷ ଭାରତ ଆଗରେ ୩୩୯ ରନର ବିଶାଳ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଜବାବରେ ଭାରତ ୪୮.୩ ଓଭରରେ ଲକ୍ଷ ହାସଲ କରିଥିଲା। ଭାରତୀୟ ଦଳ ୩୩୯ ରନର ଟାର୍ଗେଟକୁ ପିଛା କରି ଇତିହାସ ରଚିଛି। ଭାରତ ପାଇଁ ଜେମିମା ରୋଡ୍ରିଗେଜ ଏକ ମ୍ୟାଚ ବିଜୟୀ ଇଂନିସ ଖେଲି ଅପରାଜିତ ୧୨୭ ରନ କରିଥିଲେ। ଅଧିନାୟିକା ହରମନପ୍ରୀତ କୌର ମଧ୍ୟ ୮୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ଶେଫାଳୀ ବର୍ମା ୧୦ ଓ ସ୍ମୃତି ମନ୍ଧାନା ୨୪ ରନ କରି ଆଉଟ୍‌ ହୋଇଥିଲେ। ନଭେମ୍ବର ୩ରେ ଖେଳାଯିବାକୁ ଥିବା ଫାଇନାଲ୍‌ରେ ଭାରତ ଦକ୍ଷିଣ ଆଫ୍ରିକାକୁ ଭେଟିବ।

ବ୍ୟାଟିଂ ଲାଗି ଉପଯୁକ୍ତ ପିଚ୍‌କୁ ଦୃଷ୍ଟିରେ ରଖି ଅଷ୍ଟ୍ରେଲିଆ ଅଧିନାୟିକା ହିଲି ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ହିଲି ଖୁବ ଶସ୍ତାରେ ଆଉଟ୍‌ ହୋଇଥିଲେ। ଅନ୍ୟତମ ଓପନର ଲିଚ୍‌ଫିଲ୍ଡ ଓ ଏଲିସ ପେରୀ ତୃତୀୟ ଉଇକେଟରେ ୨୨.୧ ଓଭରରେ ଦ୍ରୁତ ୧୫୫ ରନ ଯୋଡ଼ି ଅଷ୍ଟ୍ରେଲିଆ ଦଳକୁ ଦୃଢ଼ ମୂଳଦୁଆ ପ୍ରଦାନ କରିଥିଲେ। ଶତକ ପୂରଣ ପରେ ଆଟାକିଂ ବ୍ୟାଟିଂ କରୁଥିବା ଲିଚଫିଲ୍ଡଙ୍କୁ ପାଭିଲିଅନ ପଠାଇ ଅମନଜୋତ କୌର ଭାରତକୁ ବ୍ରେକଥ୍ରୁ ଆଣି ଦେଇଥିଲେ। ଲିଚ୍‌ଫିଲ୍ଡ ୯୩ ବଲରେ ୧୭ ଚୌକା ଓ ୩ ଛକା ସହିତ ୧୧୯ ରନ କରି ଆଉଟ୍‌ ହୋଇଥିଲେ। ଏହା ତାଙ୍କ କ୍ୟାରିୟରର ତୃତୀୟ ଅର୍ଦ୍ଧଶତକ ଥିଲା। ଏହାପରେ ପେରୀ ଓ ବେଥ ମୁନି ତୃତୀୟ ଉଇକେଟରେ ୪୦ ରନ ଯୋଡ଼ିଥିଲେ। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇଥିଲା। ଏଲିସ ପେରୀ ୭୭ (୬ ଚୌକା ଓ ୨ ଛକା) ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ୍‌ ହୋଇଥିବା ବେଳେ ମୁନି ୨୪ (୩ ଚୌକା), ଆନାବେଲ ସଦରଲାଣ୍ଡ ୩, ତାହିଲା ମ୍ୟାଗ୍ରାଥ ୧୨, କିମ ଗାର୍ଥ ୧୭ ରନ କରି ଆଉଟ୍‌ ହୋଇଥିଲେ। ଶେଷ ଆଡ଼କୁ ଆଶଲେ ଗାର୍ଡନର ୪୫ ବଲରେ ୪ ଲେଖାଏ ଚୌକା ଓ ଛକା ସହିତ ଦ୍ରୁତ ୬୩ ରନ କରିଥିଲେ। ଫଳରେ ଅଷ୍ଟ୍ରେଲିଆ ୪୯.୫ ଓଭରରେ ୩୩୮ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଭାରତ ପାଇଁ ଶ୍ରୀ ଚରନୀ ଓ ଦୀପ୍ତି ଶର୍ମା ୨ ଲେଖାଏ ଉଇକେଟ ନେଇଥିବା ବେଳେ କ୍ରାନ୍ତି ଗୌଡ଼, ଅମନଜୋତ କୌର ଓ ରାଧା ଯାଦବ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।

ଏହି ମ୍ୟାଚ୍‌ ଦେଖିବା ଲାଗି ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନସିଲ (ଆଇସିସି) ମୁଖ୍ୟ ଜୟ ଶାହା ଓ ଅଷ୍ଟ୍ରେଲିଆନ କ୍ରିକେଟର ତଥା ଅଷ୍ଟ୍ରେଲିଆ ମହିଳା ଦଳର ଅଧିନାୟିକା ଆଲିସା ହିଲିଙ୍କ ସ୍ବାମୀ ମିଚେଲ ଷ୍ଟାର୍କ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?